www.samajalive.in
Monday, December 8, 2025
24.1 C
Bhubaneswar

ରାଜ୍ୟ​‌ରେ ଆଉ ୧୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରୁ ଆଉ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ସୂଚନା ଦେଇଛି । ଆଜିର ୧୨ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୭ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୫ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ଆଜି ଆକ୍ରାନ୍ତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ କୌଣସି ଆକ୍ରାନ୍ତ ନଥିବା କୁହାଯାଇଛି । ଗତକାଲି ରାଜ୍ୟରେ ୧୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି । ଆଜିର କରୋନା ମାମଲା ରାଜ୍ୟର ୨ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଛନ୍ତି । ୨୮ ଜିଲ୍ଲା କରୋନା ମୁକ୍ତ ରହିଛି ।

- Advertisement -

ଖୋର୍ଦ୍ଧାରୁ ସର୍ବାଧିକ  ୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟପୁଲରୁ ୨ଜଣ ଓ କଟକରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଗୋଟିଏ ଦିନରେ ରାଜ୍ୟରେ ଆଉ ୧୭ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଥିବାରୁ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ସ୍ବଳ୍ପ ହ୍ରାସ ପାଇଛି ।

ରାଜ୍ୟରେ ମୋଟ୍ କରୋନା ସକ୍ରିୟ ଆକ୍ରାନ୍ତ ସଂଖ୍ୟ ଶହେ ଟପି ୧୪୮ରେ ପହଞ୍ଚିଛି । ଅନ୍ୟପଟେ ରାଜ୍ୟରେ ଏଯାଏ କରୋନାରେ ମୋଟ୍‌ ୧୨,୮୮,୬୫୧ଜଣ ଆକ୍ରାନ୍ତ ହୋଇଥିବା ବେଳେ ୧୨,୭୯,୩୨୪ଜଣ ସୁସ୍ଥ ହୋଇସାରିଛନ୍ତି ।

Hot this week

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

Related Articles

Popular Categories