www.samajalive.in
Sunday, December 7, 2025
18.1 C
Bhubaneswar

ରାଜ୍ୟରେ ବଢ଼ୁଛି କରୋନା; ଆଉ ୪୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରୁ ଆଉ ୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ସୂଚନା ଦେଇଛି । ଆଜିର ୪୧ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୪ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୭ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ଆଜି ଆକ୍ରାନ୍ତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୪ଜଣ ସଂକ୍ରମିତ ଥିବା କୁହାଯାଇଛି । ଗତକାଲି ରାଜ୍ୟରେ ୧୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ରାଧିକ ବୃଦ୍ଧି ପାଇଛି । ଆଜିର କରୋନା ମାମଲା ରାଜ୍ୟର ୮ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଛନ୍ତି । ୨୨ ଜିଲ୍ଲା କରୋନା ମୁକ୍ତ ରହିଛି ।

- Advertisement -

ଖୋର୍ଦ୍ଧାରୁ ସର୍ବାଧିକ  ୨୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟପୁଲରୁ ୬ଜଣ ଓ କଟକରୁ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସମ୍ବଲପୁର ଓ ସୁନ୍ଦରଗଡ଼ରୁ ୨ଜଣ ଲେଖାଏଁ ଆକ୍ରାନ୍ତ ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଓ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅନ୍ୟପଟେ ଗୋଟିଏ ଦିନରେ ରାଜ୍ୟରେ ଆଉ ୩୦ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ୍ କରୋନା ସକ୍ରିୟ ଆକ୍ରାନ୍ତ ସଂଖ୍ୟ ୧୭୭ରେ ପହଞ୍ଚିଛି । ଅନ୍ୟପଟେ ରାଜ୍ୟରେ ଏଯାଏ କରୋନାରେ ମୋଟ୍‌ ୧୨,୮୮,୭୩୭ଜଣ ଆକ୍ରାନ୍ତ ହୋଇଥିବା ବେଳେ ୧୨,୭୯,୩୮୧ଜଣ ସୁସ୍ଥ ହୋଇସାରିଛନ୍ତି ।

 

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories