www.samajalive.in
Sunday, December 7, 2025
15.1 C
Bhubaneswar

ଓଡ଼ିଶା କରୋନା: ୧୯ ନୂଆ ସଂକ୍ରମିତ ଚିହ୍ନଟ, ୧୮ ବର୍ଷରୁ କମ୍ ଜଣେ

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୧୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ଜଣେ ସଂକ୍ରମିତ ଥିବା ଜଣାପଡ଼ିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ଟି ଜିଲାରୁ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୪ଟି ଜିଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳ ଜିଲାରୁ ୧ ଜଣ, କଟକ ଜିଲାରୁ ୨ଜଣ, ଝାରସୁଗୁଡ଼ା ଜିଲାରୁ ୫ ଜଣ, ଝାରସୁଗୁଡ଼ା ଜିଲାରୁ ୧ ଜଣ, ସମ୍ବଲପୁର ଜିଲାରୁ ୧ ଜଣ, ସୁନ୍ଦରଗଡ଼ ଜିଲାରୁ ୩ ଜଣ ଓ ଷ୍ଟେଟପୁଲରୁ ୨ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।

- Advertisement -

ନୂଆ ସଂକ୍ରମିତଙ୍କୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୬୩୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୯, ୩୦୭ ଜଣ ସୁସ୍ଥ ହୋଇଥିବା ବେଳେ ୧୫୩ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories