www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ ୩ଶହ ଟପିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା; ଆଜି ଆଉ ୪୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୩ଶହ ଟପିଲା ମୋଟ୍‌ କରୋନା ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା । ବର୍ତ୍ତମାନ ରାଜ୍ୟରେ ମୋଟ୍ କରୋନା ସକ୍ରିୟ ଆକ୍ରାନ୍ତ ସଂଖ୍ୟ ୩୧୭ ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜିର କରୋନା ମାମଲା ରାଜ୍ୟର ୯ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଥିବା ବେଳେ ୨୧ ଜିଲ୍ଲା କରୋନା ମୁକ୍ତ ରହିଛି ।

ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୭ ଓ ସ୍ଥାନୀୟ ସଂକ୍ରମିତ ୧୮ଜଣ ରହିଛନ୍ତି । ଚିହ୍ନଟ ୪୫ ସଂକ୍ରମିତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷର ୩ଜଣ ଆକ୍ରାନ୍ତ ଥିବା କୁହାଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୧୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୧୨, ବାଲେଶ୍ୱରରୁ ୩, ଷ୍ଟେଟପୁଲରୁ ୪, ଢେଙ୍କାନାଳରୁ ୨ ଓ ଯାଜପୁରରୁ ୨ଜଣ ଆକ୍ରାନ୍ତ ଚିହ୍ନଟ  ହୋଇଛନ୍ତି । ଅନୁଗୁଳ, ମୟୂରଭଞ୍ଜ, ପୁରୀ ଓ ସମ୍ବଲପୁରରୁ ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । ଅନ୍ୟପଟେ ଗୋଟିଏ ଦିନରେ ରାଜ୍ୟରେ ଆଉ ୨୦ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟା ହ୍ରାସ ପାଇଥିବାରୁ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି ।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories