www.samajalive.in
Saturday, December 6, 2025
19.1 C
Bhubaneswar

ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ; ୭୦ ଟପିଲା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ । ପ୍ରତ୍ୟେକ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଆଉ ୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜିର କରୋନା ମାମଲା ରାଜ୍ୟର ୮ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଥିବା ବେଳେ ୨୨ ଜିଲ୍ଲା କରୋନା ମୁକ୍ତ ରହିଛି । ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୪ ଓ ସ୍ଥାନୀୟ ସଂକ୍ରମିତ ୨୯ଜଣ ରହିଛନ୍ତି । ସବୁଠାରୁ ବଡ଼ କଥା ହେଉଛି ଚିହ୍ନଟ ୭୩ ସଂକ୍ରମିତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷର ୧୧ଜଣ ଆକ୍ରାନ୍ତ ଥିବା କୁହାଯାଇଛି । ଯାହାକି ବହୁତ ଦିନର ବ୍ୟବଧାନ ପରେ ଏପରି ମାମଲା ଆସିଥିବା ଦେଖିବାକୁ ମିଳିଛି ।

ଖୋର୍ଦ୍ଧାରୁ ସର୍ବାଧିକ ୪୧ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟପୁଲରୁ ୧୦, ନୂଆପଡ଼ା ଓ ପୁରୀରୁ ୬ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୪, ସୁନ୍ଦରଗଡ଼ରୁ ୩, ବଲାଙ୍ଗୀର, କେନ୍ଦ୍ରାପଡ଼ା ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । ଅନ୍ୟପଟେ ଗୋଟିଏ ଦିନରେ ରାଜ୍ୟରେ ଆଉ ୩୬ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସଂକ୍ରମଣ ତୁଳନାରେ ସୁସ୍ଥତା ସଂଖ୍ୟା ହ୍ରାସ ପାଇଥିବାରୁ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ କରୋନା ସକ୍ରିୟ ମାମଲା ୩ଶହ ଟପି ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୩୫୪ରେ ପହଞ୍ଚିଛି ।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories