www.samajalive.in
Monday, December 8, 2025
14.1 C
Bhubaneswar

ରାଜ୍ୟରେ ଶହେ ଟପିଲା ଦୈନିକ କରୋନା ସଂକ୍ରମଣ ସଂଖ୍ୟା; ଆଉ ୧୧୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଶହେ ଟପିଲା ଦୈନିକ କରୋନା ସଂକ୍ରମଣ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୧୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୬୭ ଓ ସ୍ଥାନୀୟ ସଂକ୍ରମିତ ୪୬ଜଣ ରହିଥିବା ବେଳେ ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୫ ସଂକ୍ରମିତ ଥିବା ସୂଚନା ଦିଆଯାଇଛି । ରାଜ୍ୟରେ ଆଜି ଆସିଥିବା ୧୧୩ ପଜିଟିଭଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୨୧, ଷ୍ଟେଟପୁଲରୁ୧୪ ଓ ସୁନ୍ଦରଗଡ଼ରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି ।

ସମ୍ବଲପୁରରୁ ୪, ଯାଜପୁରରୁ ୨ ଓ ପୁରୀରୁ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଥିବା କୁହାଯାଇଛି ।  ଗୋଟିଏ ଦିନରେ ୫୨ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ବେଳେ ରାଜ୍ୟରେ ମୋଟ୍‌ ୫୧୭ ଜଣ ସକ୍ରିୟ ସଂକ୍ରମିତ ଥିବା ଜଣାପଡ଼ିଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଅନୁଯାୟୀ ରାଜ୍ୟରେ ଏଯାଏ ମୋଟ୍‌ ୧୨,୮୯,୪୪୧ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୧୨,୭୯,୭୪୫ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories