www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ଖସୁନି କରୋନା ଗ୍ରାଫ୍‌; ଆଜି ବି ୩ଶହ ଉପରେ ଦୈନିକ ସଂକ୍ରମଣ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଖସୁନି କରୋନା ସଂକ୍ରମଣ । ପୁଣି ଆଜି ରାଜ୍ୟରେ ଦୈନିକ ସଂକ୍ରମଣ ୩ଶହ ଟପିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୩୩୪ଜଣ କରୋନା ଆକ୍ରନ୍ତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟର ମୋଟ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ଶହ ପାର୍‌ କରିଛି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୬୯୫ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ୩୩୪ ଆକ୍ରନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୯୫ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୩୯ଜଣ ରହିଥିବା ସୂଚନା ଦିଆଯାଇଛି । ସେହିପରି ଜନ୍ମରୁ ୧୮ ବର୍ଷର ମଧ୍ୟରେ ଆଉ ୫୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆଜି ରାଜ୍ୟର ୧୬ ଜିଲ୍ଳା ଓ ଷ୍ଟେଟପୁଲରୁ ସମସ୍ତ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୪ ଜିଲ୍ଲାରୁ କୌଣସି ପଜିଟିଭ୍‌ ମାମଲା ଆସିନାହିଁ । ଖୋର୍ଦ୍ଧାରୁ ସର୍ବାଧିକ ୧୮୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୭୦, ଷ୍ଟେଟପୁଲରୁ ୩୭ ଓ ସମ୍ବଲପୁରରୁ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଗତସିଂହପୁରରୁ ୬ ଓ ନୂଆପଡ଼ାରୁ ୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କଳାହାଣ୍ଡି, କୋରାପୁଟ ଓ ସୁନ୍ଦରଗଡ଼ରୁ ୩ଜଣ ଲେଖାଏଁ ଆକ୍ରାନ୍ତ ରହିଛନ୍ତି । ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀରୁ ୨ଜଣ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

- Advertisement -

ରାୟଗଡ଼ା ଓ ସୋନପୁରରୁ ଜଣେ ଲେଖାଏଁ ପଜିଟିଭ୍‌ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । ଅନ୍ୟପଟେ ଗୋଟିଏ ଦିନରେ କରୋନାରୁ ଆଉ ୧୨୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ଏଯାଏ ମୋଟ୍‌ ୧୨ଲକ୍ଷ ୯୧ ହଜାର ୧୧୭ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେଥଇ ମଧ୍ୟରୁ ମୋଟ୍‌ ୧୨ଲକ୍ଷ ୮୦ହଜାର ୨୪୩ଜଣ ସୁସ୍ଥ ହୋଇସାରିଛନ୍ତି ।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories