www.samajalive.in
Wednesday, December 10, 2025
26.1 C
Bhubaneswar

ରାଜ୍ୟରେ ୪ଶହ ଟପିଲା ଦୈନିକ କରୋନା ସଂକ୍ରମଣ; ଆଉ ୪୦୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୪ଶହ ଟପିଲା ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଆଉ ୪୦୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୨୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୬୫ ଜଣ ରହିଥିବା ସୂଚନା ଦିଆଯାଇଛି । ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷର ମଧ୍ୟରେ ୪୪ ଜଣ ସଂକ୍ରମିତ ରହିଛନ୍ତି । ସେହିପରି ଗତ ୨୪ ଘଣ୍ଟାରରେ ରାଜ୍ୟରୁ ଆଉ ୧୩୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଖୋର୍ଦ୍ଧାରୁ ସର୍ବାଧିକ ୧୯୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଟକରୁ ୬୪, ଷ୍ଟେଟପୁଲରୁ ୪୬, ସୁନ୍ଦରଗଡ଼ରୁ ୧୯ ଓ ବାଲେଶ୍ୱରରୁ ୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୁରୀ ୧୪, ମୟୂରଭଞ୍ଜ ୬, ଗଜପତି ୬, ଜଗତସିଂହପୁର ୫ ଓ ସମ୍ବଲପୁରରୁ ୫ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଯାଜପୁର ୪, ନୟାଗଡ଼ ୪, ଝାରସୁଗୁଡ଼ା ୩, କେନ୍ଦ୍ରାପଡ଼ାରୁ ୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି  ଭଦ୍ରକ, ଗଞ୍ଜାମ ଓ କଳାହାଣ୍ଡିରୁ ୨ଜଣ ଲେଖାଏ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।  କୋରାପୁଟ, ମାଲକାନଗିରି, ନୂଆପଡ଼ା, ରାୟଗଡ଼ା ଓ ସୋନପୁରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଥିବା ସୂଚନା ରହିଛି ।

- Advertisement -

ରାଜ୍ୟରେ ମୋଟ୍ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧ହଜାର ୯୫୭ ରହିଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ଏଯାଏ ମୋଟ୍‌ ୧୨ଲକ୍ଷ ୯୧ହଜାର ୫୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ମୋଟ୍‌  ୧୨ଲକ୍ଷ ୮୦ହଜାର ୩୮୨ ସଂକ୍ରମିତ ସୁସ୍ଥ ହୋଇଥିବା ସୂଚନା ଦିଆଯାଇଛି ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories