www.samajalive.in
Monday, December 8, 2025
24.1 C
Bhubaneswar

ଚିନ୍ତା ବଢ଼ାଇଲାଣି କରୋନା; ରାଜ୍ୟରେ ୮ଶହ ପାର୍‌ କଲା ଦୈନିକ ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ସଂକ୍ରମଣ । ଗତକାଲି ସଂକ୍ରମିତଙ୍କ ସଂଖ୍ୟା ୭ଶହ ପାର୍‌ କରିଥିବା ବେଳେ ଆଜି ୮ଶହ ଅତିକ୍ରମ କରିଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୮୦୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୪୭୧ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୩୩୩ଜଣ ରହିଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ଆଉ ୭୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି ।

ସେହିପରି ଗୋଟିଏ ଦିନରେ କରୋନାରୁ ସୁସ୍ଥ ହୋଇଛନ୍ତି ୪୨୦ ଆକ୍ରାନ୍ତ । ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୦୭ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଟକରୁ ୧୧୯, ସୁନ୍ଦରଗଡ଼ରୁ ୮୦, ଷ୍ଟେଟପୁଲରୁ ୭୧, ସମ୍ବଲପୁରରୁ ୩୦, ମୟୂରଭଞ୍ଜରୁ ୨୮ ଓ ପୁରୀରୁ ୨୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଯାଜପୁରରୁ ୧୯, ଜଗତସିଂପୁରରୁ ୧୮, ନୟାଗଡ଼ରୁ ୧୭, ବାଲେଶ୍ୱରରୁ ୧୧ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ, ଝାରସୁଗୁଡ଼ା, ନୂଆପଡ଼ା ଓ ସୋନପୁରରୁ ୯ଜଣ ଲେଖାଏଁ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

- Advertisement -

କଳାହାଣ୍ଡିରୁ ୮, କୋରାପୁଟରୁ ୬, ବଲାଙ୍ଗୀର, ଗଜପତି ଓ  କେନ୍ଦୁଝରରୁ ୫ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଇଛି । ଅନୁଗୁଳରୁ ୩, ବୌଦ୍ଧରୁ ୨, ରାୟଗଡ଼ାରୁ ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ  ବରଗଡ଼, ଦେବଗଡ଼, କଳାହାଣ୍ଡି, ଓ ମାଲକାନଗିରିରୁ ଜଣେ ଲେଖାଏଁ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୨୬୨ ରହିଛି  ।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories