www.samajalive.in
Sunday, December 14, 2025
19.1 C
Bhubaneswar

ରାଜ୍ୟରେ ଆଉ ୧,୦୧୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମୁନି କରୋନା ସଂକ୍ରମଣ । ଆଜି ବି ରାଜ୍ୟରେ ଏକ ହଜାର ଉପରେ କରୋନା ଦୈନିକ ସଂକ୍ରମଣ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଆଉ ୧,୦୧୧ ପଜିଟିଭ୍‌ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । ସଙ୍ଗରୋଧରୁ ୫୯୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨୦ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୩୦ ସଂକ୍ରମିତ ରହିଥିବା ଜଣାପଡ଼ିଛି ।

ଖୋର୍ଦ୍ଧାରୁ ସର୍ବାଧିକ ୨୩୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ  ସୁନ୍ଦରଗଡ଼ରୁ ୧୮୦, ସମ୍ବଲପୁରରୁ ୧୦୫ ଓ କଟକରୁ ୮୧ ମୟୂରଭଞ୍ଜରୁ ୭୧, ଷ୍ଟେଟପୁଲରୁ ୪୨ ଓ କଳାହାଣ୍ଡିରୁ ୩୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୟାଗଡ଼ରୁ ୩୨, ବଲାଙ୍ଗୀରରୁ ୨୫ ଓ ଯାଜପୁରରୁ ୨୨, ବରଗଡ଼ରୁ ୧୮, ସୋନପୁରରୁ ୧୮ ଓ ବାଲେଶ୍ୱରରୁ ୧୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କେନ୍ଦ୍ରାପଡ଼ାରୁ ୧୫, ପୁରୀରୁ ୧୩, ବୌଦ୍ଧ, କଳାହାଣ୍ଡି ଓ କେନ୍ଦୁଝରରୁ ୧୨ଜଣ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

- Advertisement -

ଝାରସୁଗୁଡ଼ାରୁ ୧୧, ନବରଙ୍ଗପୁରରୁ ୯, ଜଗତସିଂହପୁରରୁ ୯, ନୂଆପଡ଼ାରୁ ୮, ଭଦ୍ରକରୁ ୬, ଗଜପତି, କୋରାପୁଟ ଓ ରାୟଗଡ଼ାରୁ ୫ଜଣ ଲେଖାଏଁ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଦେବଗଡ଼ରୁ ୪, ଢେଙ୍କାନାଳରୁ ୨, ଅନୁଗୁଳ ଓ ଗଞ୍ଜାମରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି ।  ଅନ୍ୟପଟେ ରାଜ୍ୟରେ ଗୋଟିଏ ଦିନରେ ଆଉ ୯୧୫ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।  ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ସକ୍ରିୟ ମାମଲା ୭ହଜାର ୪୪୦ ମାମଲା ରହିଛି ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories