www.samajalive.in
Saturday, December 6, 2025
16.1 C
Bhubaneswar

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌; ଆଉ ୬୬୨ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌ । ଗତକିଛି ଦିନର କରୋନା ସଂକ୍ରମଣ ବୃଦ୍ଧି ପାଇବା ପରେ ଲଗାତର ଦୁଇ ଦିନ ହେଲା ସଂକ୍ରମଣ ହ୍ରାସ ପାଉଛି । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରେ ଆଉ ୬୬୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସଙ୍ଗରୋଧରୁ ୩୮୭ ଓ ସ୍ଥାନୀୟ ସଂକ୍ରମିତ ୨୭୫ଜଣ ରହିଥିବା ବେଳେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୦୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୫୨ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୧୪୨, ମୟୂରଭଞ୍ଜରୁ ୭୮, ସମ୍ବଲପୁରରୁ ୪୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୩୮, ଷ୍ଟେଟପୁଲରୁ ୨୮, ଭଦ୍ରକରୁ ୧୩ ଓ ସୋନପୁରରୁ ୧୩, ବରଗଡ଼, କଳାହାଣ୍ଡି ଓ ନୟାଗଡ଼ରୁ ୧୨ଜଣ ଲେଖାଏଁ ପଜିଟିଭ୍‌ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି ।

ନୂଆପଡ଼ାରୁ ୧୧, ରାୟଗଡ଼ାରୁ ୧୧ ଓ ଜଗତସିଂହପୁରରୁ ୧୦, ବଲାଙ୍ଗୀରରୁ ୯, କନ୍ଧମାଳରୁ ୯, ଯାଜପୁରରୁ ୮ ଓ ନବରଙ୍ଗପୁରରୁ ୬ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ପୁରୀରୁ ୬, ଦେବଗଡ଼ରୁ ୫ ଓ ଗଜପତିରୁ ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ବାଲେଶ୍ୱର, ବୌଦ୍ଧ ଓ ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ ଲେଖାଏଁ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୩, କେନ୍ଦ୍ରାପଡ଼ାରୁ ୩ ଓ ଗଞ୍ଜାମରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଗତ ୨୪ ଘଣ୍ଟା ମଧ୍ୟରେ କରୋନାରୁ ଆଉ ୧,୦୦୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି  । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭,୦୫୪ ରହିଛି ।

Hot this week

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories