www.samajalive.in
Sunday, December 14, 2025
17.1 C
Bhubaneswar

ରାଜ୍ୟରେ ପୁଣି ଉପରମୁହାଁ କରୋନା ଗ୍ରାଫ୍‌

ଭୁବନେଶ୍ବର: ରାଜ୍ୟରେ ପୁଣି ଉପରମୁହାଁ କରୋନା ଗ୍ରାଫ୍‌। ଗତକାଲି ୪୦୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୮୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୦୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏଥିମଧ୍ୟରେ ୧୧୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ-କିଶୋର ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୯ଟି ଜିଲାରୁ ୪୮୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୧୦୫ ଜଣ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ ଅନୁଗୁଳ ଜିଲାରୁ ୪ ଜଣ, ବାଲେଶ୍ବର ଜିଲାରୁ ୮ ଜଣ, ବରଗଡ଼ ଜିଲାରୁ ୨୨ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୨୦ ଜଣ, ବୌଦ୍ଧରୁ ୪୦ ଜଣ, କଟକରୁ ୧୧ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୩, ଗଜପତିରୁ ୫ ଜଣ, ଗଞ୍ଜାମରୁ ୨, ଜଗତସିଂହପୁରରୁ ୨ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିପରି ଯାଜପୁର ଜିଲାରୁ ୫ ଜଣ, ଝାରସୁଗୁଡ଼ାରୁ ୧୨ ଜଣ, କଳାହାଣ୍ଡି ଜିଲ୍ଲାରୁ ୩୧ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୭, ଖୋର୍ଦ୍ଧା ଜିଲ୍ଲାରୁ ୬୬, କୋରାପୁଟ ଜିଲ୍ଲାରୁ ୬ ଜଣ, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୨୧ ଜଣ, ନବରଙ୍ଗପୁରରୁ ୨୦ ଜଣ, ନୟାଗଡ଼ ଜିଲ୍ଲାରୁ ୯ ଜଣ, ନୂଆପଡ଼ାରୁ ୭, ପୁରୀରୁ ୭ ଜଣ, ରାୟଗଡ଼ାରୁ ୧୪ ଜଣ, ସମ୍ବଲପୁରରୁ ୨୬ ଜଣ, ସୋନପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୧୦୫ ଜଣ ଓ ଷ୍ଟେଟପୁଲରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏହାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ୧୩, ୨୨, ୬୭୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ, ୧୩,୦୯, ୬୭୭ ଜଣ ସୁସ୍ଥ ହୋଇଥିବା ବେଳେ ୩୭୮୬ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories