www.samajalive.in
Sunday, December 14, 2025
23.1 C
Bhubaneswar

ରାଜ୍ୟରେ ଆଉ ୨୮୭ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବାରେ ଲାଗିଛି । ପ୍ରତ୍ୟେକ ଦିନ ରାଜ୍ୟରୁ କରୋନା ମାମଲା ୫ଶହ ତଳେ ଚିହ୍ନଟ ହେଉଥିବା ଦେଖିବାକୁ ମିଳୁଛି । ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୮୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କରୋନାରୁ ସୁସ୍ଥ ହୋଇଛନ୍ତି ୪୫୯ ଜଣ । ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୬୮ଜଣ ରହିଛନ୍ତି  ଓ ସ୍ଥାନୀୟ ସଂକ୍ରମିତ ୧୧୯ଜଣ ରହିଛନ୍ତି । ଜନ୍ମରୁ ୧୮ ବର୍ଷର ମଧ୍ୟ​‌ରେ ୬୨ଜଣ ଆକ୍ରାନ୍ତ ଥିବା ସୂଚନା ଦିଆଯାଇଛି ।

ସେହିପରି ଆଜି ରାଜ୍ୟରେ ସର୍ବାଧିକ କରୋନା ସଂକ୍ରମିତ ସୁନ୍ଦରଗଡ଼ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରୁ ୫୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ  ଅନୁଗୁଳରୁ ୧, ବାଲେଶ୍ବରରୁ ୫, ବରଗଡ଼ରୁ ୧୦, ଭଦ୍ରକରୁ ୨, ବଲାଙ୍ଗୀରରୁ ୧୧, ବୌଦ୍ଧରୁ ୩, କଟକରୁ ୧୩, ଦେବଗଡ଼ରୁ ୩, ଢେଙ୍କାନାଳରୁ ୨, ଗଜପତିରୁ ୬, ଗଞ୍ଜାମରୁ ୧, ଯାଜପୁରରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

- Advertisement -

ଝାରସୁଗୁଡ଼ାରୁ ୭, କଳାହାଣ୍ଡିରୁ ୧୯, କନ୍ଧମାଳରୁ ୫, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୫୫, କୋରାପୁଟରୁ ୨, ମୟୂରଭଞ୍ଜରୁ ୧୩, ନବରଙ୍ଗପୁରରୁ ୧୪, ନୟାଗଡ଼ରୁ ୬, ନୂଆପଡ଼ାରୁ ୭, ପୁରୀରୁ ୩, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୬, ସୋନପୁରରୁ ୬ ଓ ଷ୍ଟେଟପୁଲରୁ ୧୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୮୫ ରହିଛି ।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories