www.samajalive.in
Saturday, December 13, 2025
18.1 C
Bhubaneswar

ରାଜ୍ୟରେ ଆଉ ୨୨୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଧୀରେ ଧୀରେ ରାଜ୍ୟରେ ଦୈନକ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଜନ୍ମରୁ ୧୮ ବର୍ଷ ମଧ୍ୟରେ ୩୧ଜଣ ସଂକ୍ରମିତ ଥିବା ସୂଚନା ଦିଆଯାଇଛି । ଆଜିର ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୯ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୯୨ଜଣ ରହିଥିବା ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

ଆଜି ଚିହ୍ନଟ ହୋଇଥିବା ସମସ୍ତ ୨୨୧ ଆକ୍ରାନ୍ତ ରାଜ୍ୟର ୨୩ ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଛନ୍ତି । ୭ଜିଲ୍ଲା କରୋନା ମୁକ୍ତ ରହିଛି । ଖୋର୍ଦ୍ଧାରୁ ସର୍ବାଧିକ ୫୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଅନୁଗୁଳରୁ ୧, ବାଲେଶ୍ୱରରୁ ୩, ବରଗଡ଼ରୁ ୨, ବଲାଙ୍ଗୀରରୁ ୧୪, ବୌଦ୍ଧରୁ ୨, କଟକରୁ ୧୨, ଦେବଗଡ଼ରୁ ୨ ଓ ଯାଜପୁରରୁ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

- Advertisement -

ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୧୦, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୧, କୋରାପୁଟରୁ ୧, ମୟୂରଭଞ୍ଜରୁ ୫, ନବରଙ୍ଗପୁରରୁ ୧୩, ନୟାଗଡ଼ରୁ ୩, ନୂଆପଡ଼ାରୁ ୯, ପୁରୀରୁ ୧, ରାୟଗଡ଼ାରୁ ୩, ସମ୍ବଲପୁରରୁ ୧୫, ସୋନପୁରରୁ ୪, ସୁନ୍ଦରଗଡ଼ରୁ ୩୫ ଓ ଷ୍ଟେଟପୁଲରୁ ୧୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨୦୫ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି ।  ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୯୯୪ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି ।

 

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories