www.samajalive.in
Friday, December 5, 2025
26.1 C
Bhubaneswar

ହ୍ରାସ ପାଉଛି ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ୨ଶହ ତଳକୁ ଖସିଲା କରୋନା ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧୦୯ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୭୮ଜଣ ରହିଛନ୍ତି । ସେହିପରି ଜନ୍ମରୁ ୧୮ ବର୍ଷ ମଧ୍ୟରେ ୨୮ଜଣ ପଜିଟିଭ୍‌ ଥିବା କୁହାଯାଇଛି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ସକ୍ରିୟ କରୋନା ମାମଲା ୧୮୦୦ ରହିଛି । ଗୋଟିଏ ଦିନରେ କରୋନାରୁ ୩୪୦ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସବୁଠାରୁ ବଡ଼ କଥା ହେଉଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦେଇଥିବା ତଥ୍ୟ ଅନୁସାରେ ରାଜ୍ୟର ୬ ଜିଲ୍ଲାରେ କୌଣସି କରୋନା ପଜିଟିଭ୍‌ ମାମଲା ଆସିନାହିଁ । ଅର୍ଥାତ୍‌ ରାଜ୍ୟର ୨୪ ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଛନ୍ତି ୧୮୭ଜଣ ଆକ୍ରାନ୍ତ ।

ବାଲେଶ୍ବରରୁ ୬, ବରଗଡ଼ରୁ ୫, ଭଦ୍ରକରୁ ୨, ବଲାଙ୍ଗୀରରୁ ୧୦, କଟକରୁ ୮, ଦେବଗଡ଼ରୁ ୨, ଯାଜପୁରରୁ ୭, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୪, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୫, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୩୪, କୋରାପୁଟରୁ ୫, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୮, ନବରଙ୍ଗପୁରରୁ ୭, ନୟାଗଡ଼ରୁ ୭, ନୂଆପଡ଼ାରୁ ୬, ପୁରୀରୁ ୭, ରାୟଗଡ଼ାରୁ ୧, ସମ୍ବଲପୁରରୁ ୮, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୩୭ ଓ ଷ୍ଟେଟପୁଲରୁ ୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories