www.samajalive.in
Thursday, December 11, 2025
18.1 C
Bhubaneswar

ରାଜ୍ୟରେ ପୁଣି ବଢ଼ିଲା କରୋନା ସଂକ୍ରମଣ; ଗତକାଲି ତୁଳନାରେ ଆଜି ରହିଛି ୧୦୧ ଅଧିକ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍‌ । ଗତକାଲି ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇ ୨ଶହ ତଳକୁ ଖସିଥିବା ବେଳେ ଆଜି ପୁଣି ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଛି । ଗତକାଲି ରାଜ୍ୟରେ ୧୫୯ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଆଜି ରାଜ୍ୟରେ ଆଉ ୨୬୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧୫୨ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୦୮ଜଣ ରହିଛନ୍ତି । ସେହିପରି ଜନ୍ମରୁ ୧୮ ବର୍ଷ ମଧ୍ୟରେ ୨୯ଜଣ ପଜିଟିଭ୍‌ ଥିବା କୁହାଯାଇଛି ।

ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ସକ୍ରିୟ କରୋନା ମାମଲା ୧୬୭୪ ରହିଛି । ଗୋଟିଏ ଦିନରେ କରୋନାରୁ ୩୫୩ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟର ୨୪ ଜିଲ୍ଲା ଓ ଷ୍ଟେଟପୁଲରୁ ୨୬୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମାତ୍ର ୬ ଜିଲ୍ଲାରୁ କୌଣସି କରୋନା ସଂକ୍ରମିତ ଚିହ୍ନଟ ହୋଇନଥିବା ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

- Advertisement -

ଖୋର୍ଦ୍ଧାରୁ ସର୍ବାଧିକ ୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଅନୁଗୁଳରୁ ୧, ବାଲେଶ୍ୱରରୁ ୯, ବରଗଡ଼ରୁ ୪, ବଲାଙ୍ଗୀରରୁ ୯, କଟକରୁ ୧୦, ଦେବଗଡ଼ରୁ ୪, ଢେଙ୍କାନଳରୁ ୧ ଗଞ୍ଜାମରୁ ୨, ଜଗତସିଂହପୁରରୁ ୫ ଓ ଯାଜପୁରରୁ ୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି  ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୧୯, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୫, ମୟୂରଭଞ୍ଜରୁ ୬, ନବରଙ୍ଗପୁରରୁ ୫, ନୟାଗଡ଼ରୁ ୧୨, ନୂଆପଡ଼ାରୁ ୨୯, ପୁରୀରୁ ୭, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୯, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୪୧ ଓ ଷ୍ଟେଟପୁଲରୁ ୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

 

 

Hot this week

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

Related Articles

Popular Categories