ରାଜ୍ୟରେ ଆଉ ୨୦୭ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଆଉ ୨୦୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧୨୧ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୮୬ଜଣ ରହିଛନ୍ତି । ସେହିପରି ଜନ୍ମରୁ ୧୮ ବର୍ଷ ମଧ୍ୟରେ ୩୭ଜଣ ପଜିଟିଭ୍ ଥିବା କୁହାଯାଇଛି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ସକ୍ରିୟ କରୋନା ମାମଲା ୧୬୦୯ ରହିଛି । ଗୋଟିଏ ଦିନରେ କରୋନାରୁ ୨୨୮ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟର ୨୪ ଜିଲ୍ଲା ଓ ଷ୍ଟେଟପୁଲରୁ ୨୦୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମାତ୍ର ୬ ଜିଲ୍ଲାରୁ କୌଣସି କରୋନା ସଂକ୍ରମିତ ଚିହ୍ନଟ ହୋଇନଥିବା ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ ।
ଖୋର୍ଦ୍ଧାରୁ ସର୍ବାଧିକ ୫୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ବାଲେଶ୍ୱରରୁ ୧୧, ବରଗଡ଼ରୁ ୫, ବଲାଙ୍ଗୀରରୁ ୬, କଟକରୁ ୧୫, ଦେବଗଡ଼ରୁ ୪, ଗଜପତିରୁ ୨, ଗଞ୍ଜାମରୁ ୨, ଜଗତସିଂହପୁରରୁ ୪ ଓ ଯାଜପୁରରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୮, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୧, ମୟୂରଭଞ୍ଜରୁ ୫, ନବରଙ୍ଗପୁରରୁ ୮, ନୟାଗଡ଼ରୁ ୫, ନୂଆପଡ଼ାରୁ ୨, ପୁରୀରୁ ୧୧, ରାୟଗଡ଼ାରୁ ୬, ସମ୍ବଲପୁରରୁ ୭, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୨୪ ଓ ଷ୍ଟେଟପୁଲରୁ ୧୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
Comments are closed.