www.samajalive.in
Saturday, December 13, 2025
26.1 C
Bhubaneswar

ରାଜ୍ୟରେ ପୁଣି ବଢ଼ିଲା କରୋନା ସଂକ୍ରମଣ; ଗୋଟିଏ ଦିନରେ ଚିହ୍ନଟ ହେଲେ ଅଧିକ ୫୩ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କମୁଛି ବଢ଼ୁଛି କରୋନା ସଂକ୍ରମଣ । ଗତ କିଛି ଦିନ ହେବ ରାଜ୍ୟରେ କରୋନା ଦୈନିକ ସଂକ୍ରମଣ ୨ଶହ ତଳେ ରହୁଥିବା ବେଳେ, ପୁଣି ଆଜି ସଂକ୍ରମଣ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

ଗତକାଲି ରାଜ୍ୟରେ ୧୯୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୫୩ ଜଣ ସଂକ୍ରମିତ ଅଧିକ ଚିହ୍ନଟ ହୋଇଥିବା ଦେଖିବାକୁ ମିଳିଛି । ଚିହ୍ନଟ ହୋଇଥିବା ୨୫୨ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୪୮ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୦୪ ଜଣ ରହିଛନ୍ତି । ସେହିପରି ଜନ୍ମରୁ ୧୮ ବର୍ଷ ମଧ୍ୟରେ ୪୩ଜଣ ପଜିଟିଭ୍‌ ଥିବା କୁହାଯାଇଛି ।

- Advertisement -

ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ସକ୍ରିୟ କରୋନା ମାମଲା ୧୪୩୭ ରହିଛି । ଗୋଟିଏ ଦିନରେ କରୋନାରୁ ୨୬୩ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜିର ସମସ୍ତ ଆକ୍ରାନ୍ତ ରାଜ୍ୟର ୨୯ ଜିଲ୍ଲା ଓ ଷ୍ଟେଟପୁଲରୁ ୧୯୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମାତ୍ର ଗୋଟିଏ ଜିଲ୍ଲାରୁ କୌଣସି କରୋନା ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି ।

ଖୋର୍ଦ୍ଧାରୁ ସର୍ବାଧିକ ୫୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୧, ବାଲେଶ୍ୱରରୁ ୬, ବରଗଡ଼ରୁ ୪, ଭଦ୍ରକରୁ ୧, ବଲାଙ୍ଗୀରରୁ ୫, ବୌଦ୍ଧରୁ ୪, କଟକରୁ ୧୬, ଦେବଗଡ଼ରୁ ୨, ଢ଼େଙ୍କାନାଳରୁ ୧, ଗତପତିରୁ ୨, ଗଞ୍ଜାମରୁ ୬, ଜଗତସିଂହପୁରରୁ ୧ ଓ ଯାଜପୁରରୁ ୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୮, କେନ୍ଦ୍ରାପଡ଼ାରୁ ୫, କେନ୍ଦୁଝରରୁ ୧, କୋରାପୁଟରୁ ୨, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୧୧, ନବରଙ୍ଗପୁରରୁ ୮, ନୟାଗଡ଼ରୁ ୧୩, ନୂଆପଡ଼ାରୁ ୪, ପୁରୀରୁ ୧୩, ରାୟଗଡ଼ାରୁ ୫, ସମ୍ବଲପୁରରୁ ୧୦, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୪୦ ଓ ଷ୍ଟେଟପୁଲରୁ ୧୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Hot this week

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

Related Articles

Popular Categories