www.samajalive.in
Thursday, December 11, 2025
26.1 C
Bhubaneswar

ରାଜ୍ୟରେ ଆଉ ୨୨୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୨୨୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୧୩୦ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୯୨ଜଣ ରହିଛନ୍ତି । ସେହିପରି ଜନ୍ମରୁ ୧୮ ବର୍ଷ ମଧ୍ୟରେ ୩୬ଜଣ ପଜିଟିଭ୍‌ ଥିବା କୁହାଯାଇଛି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ସକ୍ରିୟ କରୋନା ମାମଲା ୧୪୧୭ ରହିଛି । ଗୋଟିଏ ଦିନରେ କରୋନାରୁ ୨୦୪ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟର ୨୫ ଜିଲ୍ଲା ଓ ଷ୍ଟେଟପୁଲରୁ ୨୨୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମାତ୍ର ୫ ଜିଲ୍ଲାରୁ କୌଣସି କରୋନା ସଂକ୍ରମିତ ଚିହ୍ନଟ ହୋଇନଥିବା ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

ଖୋର୍ଦ୍ଧାରୁ ସର୍ବାଧିକ ୫୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ବାଲେଶ୍ୱରରୁ ୧୧, ବରଗଡ଼ରୁ ୫, ଭଦ୍ରକରୁ ୧, ବଲାଙ୍ଗୀରରୁ ୩, କଟକରୁ ୨୩, ଦେବଗଡ଼ରୁ ୨, ଢ଼େଙ୍କାନାଳରୁ ୧, ଗଜପତିରୁ ୫, ଗଞ୍ଜାମରୁ ୩, ଜଗତସିଂହପୁରରୁ ୫ ଓ ଯାଜପୁରରୁ ୫ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି  ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୮, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୫, କେନ୍ଦୁଝରରୁ ୫, ମୟୂରଭଞ୍ଜରୁ ୫, ନବରଙ୍ଗପୁରରୁ ୩, ନୟାଗଡ଼ରୁ ୬, ନୂଆପଡ଼ାରୁ ୨, ପୁରୀରୁ ୧୨, ସମ୍ବଲପୁରରୁ ୧୩, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୨୯ ଓ ଷ୍ଟେଟପୁଲରୁ ୧୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Hot this week

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

ଗୋଟିଏ ଗ୍ଲାସରେ ଥରକେ କରନ୍ତୁ ୧୦ଟି ଇଡିଲି

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣ ଭାରତୀୟ ଖାଦ୍ୟ ଦୋସା ଏବଂ ଇଡିଲିକୁ...

ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି-୨୦ ମ୍ୟାଚ ଗୁରୁବାର...

ପ୍ରଦୂଷଣମୁକ୍ତ ପରିବେଶ ଗଠନରେ ପ୍ରଶାସନ ଅପାରଗ, ଲୋକେ ଅତିଷ୍ଠ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଏନ୍ଏସିରେ ସ୍ୱଚ୍ଛ ପରିବେଶ, ସୁସ୍ଥ ପରିବେଶର ପରିକଳ୍ପନା ଦୂରେଇ...

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

Related Articles

Popular Categories