www.samajalive.in
Friday, December 5, 2025
27.1 C
Bhubaneswar

ରାଜ୍ୟରେ କମୁଛି ସଂକ୍ରମଣ; ହ୍ରାସ ପାଉଛି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ କିଛିଦିନ ହେବ ୨ଶହ ତଳେ କରୋନା ଦୈନିକ ସଂକ୍ରମଣ ରହୁଛି । ଗତକାଲି ସାରା ରାଜ୍ୟରୁ ୧୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ । ସଙ୍ଗରୋଧରୁ ୯୮ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୬୯ଜଣ ରହିଛନ୍ତି । ସେହିପରି ଜନ୍ମରୁ ୧୮ ବର୍ଷ ମଧ୍ୟରେ ୨୨ଜଣ ପଜିଟିଭ୍ ଥିବା କୁହାଯାଇଛି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ସକ୍ରିୟ କରୋନା ମାମଲା ୧୪୨୩ ରହିଛି ।

ଗୋଟିଏ ଦିନରେ କରୋନାରୁ ୧୮୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟର ୨୩ ଜିଲ୍ଲା ଓ ଷ୍ଟେଟପୁଲରୁ ସମସ୍ତ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭ ଜିଲ୍ଲାରୁ କୌଣସି କରୋନା ସଂକ୍ରମିତ ଚିହ୍ନଟ ହୋଇନଥିବା ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ । କଟକରୁ ସର୍ବାଧିକ ୪୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ବାଲେଶ୍ୱର, ବରଗଡ଼, ଓ ଭଦ୍ରକରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

- Advertisement -

ସେହିପରି ବଲାଙ୍ଗୀରରୁ ୭, ବୌଦ୍ଧରୁ ୬, ଦେବଗଡ଼ରୁ ୨, ଗଜପତିରୁ ୫, ଗଞ୍ଜାମରୁ ୫, ଜଗତସିଂହପୁରରୁ ୨ ଓ ଯାଜପୁରରୁ ୪ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡିରୁ ୪, କନ୍ଧମାଳରୁ ୭, ଖୋର୍ଦ୍ଧାରୁ ୧୯,କୋରାପୁଟରୁ ୨, ମୟୂରଭଞ୍ଜରୁ ୭, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୨, ନୂଆପଡ଼ାରୁ ୫, ପୁରୀରୁ ୧୪, ସମ୍ବଲପୁରରୁ ୯, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୧୬ ଓ ଷ୍ଟେଟପୁଲରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Hot this week

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

Related Articles

Popular Categories