www.samajalive.in
Monday, December 15, 2025
15.1 C
Bhubaneswar

ରାଜ୍ୟରେ ୩ ହଜାର ଟପିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ୩ ହଜାର ଟପିଲା ଦୈନିକ କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୩୬ଶହ ୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୨,୧୪୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧,୫୩୧ ଜଣ ରହିଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୩୮୪ ପଜିଟିଭ୍ । ଖୋର୍ଦ୍ଧାରୁ ସର୍ବାଧିକ ୧,୨୨୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଅନୁଗୁଳରୁ ୫୫, ବାଲେଶ୍ୱରରୁ ୧୪, ବରଗଡ଼ରୁ ୪୮, ଭଦ୍ରକରୁ ୧୮, ବଲାଙ୍ଗୀରରୁ ୩୫, ବୌଦ୍ଧରୁ ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୩୧୦, ଦେବଗଡ଼ରୁ ୨୦, ଢେଙ୍କାନାଳରୁ ୫, ଗଜପତିରୁ ୧୫, ଗଞ୍ଜାମରୁ ୪୨, ଜଗତସିଂହପୁରରୁ ୧୭, ଯାଜପୁରରୁ ୭୮. ଝାରସୁଗୁଡ଼ାରୁ ୧୩୪, କଳାହାଣ୍ଡିରୁ ୧୩, କନ୍ଧମାଳରୁ ୬, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୪୪, କୋରାପୁଟରୁ ୩୬, ମୟୂରଭଞ୍ଜରୁ ୮୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ନବରଙ୍ଗପୁରରୁ ୪୪, ନୟାଗଡ଼ରୁ ୧୦, ନୂଆପଡ଼ାରୁ ୨୩, ପୁରୀରୁ ୧୦୦, ରାୟଗଡ଼ାରୁ ୨୧, ସମ୍ବଲପୁରରୁ ୩୭୨, ସୋନପୁରରୁ ୩୩. ସୁନ୍ଦରଗଡ଼ରରୁ ୫୮୨ ଓ ଷ୍ଟେଟପୁଳରୁ ୨୮୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୬୬ହଜାର ୧୫୫କୁ ବୃଦ୍ଧି ପାଇଛି । ଏବଂ ସକ୍ରିୟ ଆକ୍ରାନ୍ତ ୧୧ ହଜାର ୬୬୩ ରହିଛନ୍ତି। ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୨୫୩ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ସୁସ୍ଥତା ସଂଖ୍ୟା ମୋଟ୍ ୧୦ଲକ୍ଷ ୪୫ହଜାର ୯୭୧ରେ ପହଞ୍ଚିଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories