www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ କମୁଛି କରୋନା; ବଢ଼ୁଛି ସୁସ୍ଥତା ସଂଖ୍ୟା  

ଭୁବନେଶ୍ୱର: ରାଜ୍ୟରେ ୩ ଅଙ୍କ ତଳେ ରହିଛି କରୋନା ଦୈନିକ ସଂକ୍ରମଣ । ଗତ ୩ଦିନ ହେବ ରାଜ୍ୟରେ କରୋନା ଆକ୍ରାନ୍ତ ୧୦୦ ତଳେ ଚିହ୍ନଟ ହେଉଛନ୍ତି ।  ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରୁ ଆଉ ୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୨୮ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୨୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରି ଜନ୍ମରୁ ୧୮ ବର୍ଷ ମଧ୍ୟରେ ୬ଜଣ ପଜିଟିଭ୍ ଥିବା କୁହାଯାଇଛି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ସକ୍ରିୟ କରୋନା ମାମଲା ୮୨୧ରହିଛି । ଗୋଟିଏ ଦିନରେ କରୋନାରୁ ୧୭୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟର ୧୮ ଜିଲ୍ଲା ଓ ଷ୍ଟେଟପୁଲରୁ ସମସ୍ତ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨ ଜିଲ୍ଲାରୁ କୌଣସି କରୋନା ସଂକ୍ରମିତ ଚିହ୍ନଟ ହୋଇନଥିବା ସୂଚନା ଦିଆଯାଇଛି । କଟକରୁ ସର୍ବାଧିକ ୧୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଅନୁଗୁଳରୁ ୧, ବାଲେଶ୍ୱରରୁ ୫, ବରଗଡ଼ରୁ ୧, ଭଦ୍ରକରୁ ୧, ବୌଦ୍ଧରୁ ୧ ଓ ଦେବଗଡ଼ରୁ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

- Advertisement -

ଜଗତସିଂହପୁରରୁ ୩ ଓ ଯାଜପୁରରୁ ୨, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୧, ଖୋର୍ଦ୍ଧାରୁ ୩, କୋରାପୁଟରୁ ୧, ମୟୂରଭଞ୍ଜରୁ ୧, ନୂଆପଡ଼ାରୁ ୧, ପୁରୀରୁ ୩, ସମ୍ବଲପୁରରୁ ୪, ସୁନ୍ଦରଗଡ଼ରୁ ୫ ଓ ଷ୍ଟେଟପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories