www.samajalive.in
Friday, December 12, 2025
14.1 C
Bhubaneswar

ରାଜ୍ୟରେ ଆଉ ୧୦ହଜାର ୪୮୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଥମୁନି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୦ହଜାର ୪୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସଂଗରୋଧରୁ ୬,୦୮୨ ଓ ସ୍ଥାନୀୟ ସଂକ୍ରମିତ ୪,୪୦୭ ଜଣ ଚିହ୍ନଟ କରାଯାଇଛି । ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୯୮୨ ପଜିଟିଭ୍ ଚିହ୍ନଟ କରାଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୨,୯୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଅନୁଗୁଳରୁ ୧୫୮, ବାଲେଶ୍ୱର ୪୩୩, ବରଗଡ ୧୬୬, ଭଦ୍ରକ ୧୧୮, ବଲାଙ୍ଗିର ୨୩୮, ବୌଦ୍ଧ ୮୫, କଟକ ୭୮୬, ଦେବଗଡ ୪୪, ଢେଙ୍କାନାଳ ୭୦, ଗଜପତିରୁ ୧୦୯ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୯୨, ଜଗତସିଂହପୁର ୨୦୭, ଯାଜପୁର ୧୯୫, ଝାରସୁଗୁଡା ୨୨୫, କଳାହାଣ୍ଡି ୧୬୩, କନ୍ଧମାଳ ୫୬, କେନ୍ଦ୍ରାପଡା ୯୦, କେନ୍ଦୁଝରରେ ୧୦୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ କୋରାପୁଟ ୧୬୨, ମାଲକାନଗିରି ୫୫, ମୟୁରଭଞ୍ଜ ୩୮୩, ନବରଙ୍ଗପୁର ୧୫୯, ନୟାଗଡ ୧୯୩, ନୂଆପଡା ୧୦୮, ପୁରୀ ୧୯୮, ରାୟଗଡା ୨୫୩, ସମ୍ବଲପୁର ୩୮୭, ସୋନପୁର ୧୬୩, ସୁନ୍ଦରଗଡ ୧,୪୪୭ ଷ୍ଟେଟପୁଲରୁ ୭୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୪,୪୫୨ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୦ଲକ୍ଷ ୬୦ହଜାର ୬୭ ଜଣ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧ଲକ୍ଷ ୪୪ହଜାର ୪୦୧କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୫ହଜାର ୭୯୭ ଜଣ ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories