www.samajalive.in
Wednesday, December 10, 2025
26.1 C
Bhubaneswar

ରାଜ୍ୟରେ ଆଉ ୧୧ହଜାର ୮୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି କରୋନା ସଂକ୍ରମଣ । ପ୍ରତ୍ୟେକ ଦିନ ୧୦ ହଜାର ଉପରେ ସଂକ୍ରମଣ ମାମଲା ଆସୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୧ହଜାର ୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୬,୪୩୧ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୪,୬୫୫ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୧,୦୬୧ ପଜିଟିଭ୍ । ଖୋର୍ଦ୍ଧାରୁ ସର୍ବାଧିକ ୩,୪୬୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୧୩୯, ବାଲେଶ୍ୱର ୩୨୩, ବରଗଡ ୧୨୫, ଭଦ୍ରକ ୧୩୨, ବଲାଙ୍ଗିର ୩୦୦, ବୌଦ୍ଧ ୮୩, କଟକ ୭୬୬, ଦେବଗଡ ୫୩, ଢେଙ୍କାନାଳ ୧୫୭, ଗଜପତିରୁ ୯୩ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୧୧୬, ଜଗତସିଂହପୁର ୨୭୩, ଯାଜପୁର ୨୭୫, ଝାରସୁଗୁଡା ୧୩୨, କଳାହାଣ୍ଡି ୨୫୩, କନ୍ଧମାଳ ୫୧, କେନ୍ଦ୍ରାପଡା ୮୫, କେନ୍ଦୁଝରରେ ୨୨୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏଥିସହିତ କୋରାପୁଟ ୧୯୬, ମାଲକାନଗିରି ୫୪, ମୟୁରଭଞ୍ଜ ୩୯୩, ନବରଙ୍ଗପୁର ୧୩୭, ନୟାଗଡ ୧୪୯, ନୂଆପଡା ୧୦୪, ପୁରୀ ୧୮୮, ରାୟଗଡା ୧୮୭, ସମ୍ବଲପୁର ୩୦୨, ସୋନପୁର ୧୫୩, ସୁନ୍ଦରଗଡ ୧,୪୧୬ ଷ୍ଟେଟପୁଲରୁ ୭୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୫,୯୬୫ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୦ଲକ୍ଷ ୬୬ହଜାର ୩୨ ଜଣ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧ଲକ୍ଷ ୫୫ହଜାର ୪୮୭କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୦ହଜାର ୯୧୪ ଜଣ ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories