www.samajalive.in
Tuesday, December 9, 2025
17.1 C
Bhubaneswar

ରାଜ୍ୟରେ ଆଉ ୧୭ଜଣଙ୍କ କରୋନାରେ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କମୁନି କରୋନା ଜନିତ ମୃତ୍ୟୁସଂଖ୍ୟା । ରାଜ୍ୟରେ ଆଉ ୧୭ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି । ୧୭ଜଣଙ୍କ ମୃତ୍ୟୁ ହେବାନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରୁ କଟକ ଜିଲ୍ଳାରୁ ସର୍ବାଧିକ ୪ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରୁ ୨ଜଣ ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ବେଳେ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଓ ଗଞ୍ଜାମରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅନ୍ୟପଟେ କେନ୍ଦ୍ରାପଡ଼ା, ମାଲକାନଗିରି, ରାୟଗଡ଼ା ଓ ଯାଜପୁରରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁସଂଖ୍ୟା ୮, ୬୨୯କୁ ବୃଦ୍ଧି ପାଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories