www.samajalive.in
Thursday, December 11, 2025
26.1 C
Bhubaneswar

ରାଜ୍ୟରେ ଆଉ ୨ ହଜାର ୧୦୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ବି ୩ ହଜାର ତଳେ ରହିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨ ହଜାର ୧୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୧, ୨୨୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୮୭୭ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୩୨୪ ପଜିଟିଭ୍ । ଖୋର୍ଦ୍ଧାରୁ ସର୍ବାଧିକ ୪୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୯୭, ବାଲେଶ୍ୱର ୪୦, ବରଗଡ ୧୭, ଭଦ୍ରକ ୪୦, ବଲାଙ୍ଗିର ୬୫, ବୌଦ୍ଧ ୫୫, କଟକ ୧୪୫, ଦେବଗଡ ୯, ଢେଙ୍କାନାଳ ୬୧, ଗଜପତିରୁ ୬୪ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୩୫, ଜଗତସିଂହପୁର ୩୨, ଯାଜପୁର ୫୩, ଝାରସୁଗୁଡା ୫୬, କଳାହାଣ୍ଡି ୩୬, କନ୍ଧମାଳ ୪୪, କେନ୍ଦ୍ରାପଡା ୭୬, କେନ୍ଦୁଝରରେ ୪୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥିସହିତ କୋରାପୁଟ ୪୫, ମାଲକାନଗିରି ୭, ମୟୁରଭଞ୍ଜ ୪୨, ନବରଙ୍ଗପୁର ୪୩, ନୟାଗଡ ୭୦, ନୂଆପଡା ୩୮, ପୁରୀ ୩୪, ରାୟଗଡା ୪୩, ସମ୍ବଲପୁର ୫୬, ସୋନପୁର ୩୭, ସୁନ୍ଦରଗଡ ୨୧୯ ଷ୍ଟେଟପୁଲରୁ ୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୫,୩୭୬ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୩୪ ହଜାର ୩୫୨ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୬୬ ହଜାର ୮୧୧କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୩ ହଜାର ୬୭୨ ଜଣ ।ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟଟ୍ଟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

ପାକିସ୍ତାନର ପୂର୍ବତନ ଆଇଏସଆଇ ମୁଖ୍ୟଙ୍କୁ ୧୪ ବର୍ଷ ଜେଲ ଦଣ୍ଡ

ସମାଜଲାଇଭ ଡେସ୍କ: ପାକିସ୍ତାନୀ ଗୁଇନ୍ଦା ସଂସ୍ଥା(ଆଇଏସଆଇ)ର ପୂର୍ବତନ ମୁଖ୍ୟ ବା ମହାନିର୍ଦେଶକ...

ଶୀତଦିନେ ରୂପି ହେଉଛି କି? କଣ କରିବେ ଜାଣନ୍ତୁ

ଶୀତ ଋତୁରେ ରୂପି ହେବା ଏକ ସାଧାରଣ ଘଟଣା। ଅନେକ ଲୋକ...

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

Related Articles

Popular Categories