www.samajalive.in
Sunday, December 14, 2025
23.1 C
Bhubaneswar

ରାଜ୍ୟରେ ଆଉ ୧, ୪୯୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୨ ହଜାର ତଳକୁ ଖସିଲା କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧, ୪୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୮୭୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୬୨୩ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୨୮୩ ପଜିଟିଭ୍ । ଖୋର୍ଦ୍ଧାରୁ ସର୍ବାଧିକ ୨୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୭୧, ବାଲେଶ୍ୱର ୫୦, ବରଗଡ ୨୨, ଭଦ୍ରକ ୧୯, ବଲାଙ୍ଗିର ୨୨, ବୌଦ୍ଧ ୩୨, କଟକ ୬୯, ଦେବଗଡ ୬୨, ଢେଙ୍କାନାଳ ୨୭, ଗଜପତିରୁ ୪୫ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୮, ଜଗତସିଂହପୁର ୨୪, ଯାଜପୁର ୬୪, ଝାରସୁଗୁଡା ୭୫, କଳାହାଣ୍ଡି ୩୮, କନ୍ଧମାଳ ୩୧, କେନ୍ଦ୍ରାପଡା ୧୬, କେନ୍ଦୁଝରରେ ୪୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥିସହିତ କୋରାପୁଟ ୬୬, ମାଲକାନଗିରି ୭, ମୟୁରଭଞ୍ଜ ୩୫, ନବରଙ୍ଗପୁର ୩୪, ନୟାଗଡ ୫୬, ନୂଆପଡା ୨୩, ପୁରୀ ୩୭, ରାୟଗଡା ୫୨, ସମ୍ବଲପୁର ୫୯, ସୋନପୁର ୬, ସୁନ୍ଦରଗଡ ୧୦୧ ଷ୍ଟେଟପୁଲରୁ ୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୩,୬୨୪ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୩୭ ହଜାର ୯୭୬ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୬୮ ହଜାର ୩୦୮କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୧ ହଜାର ୫୨୫ ଜଣ ।ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories