www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ ଆଉ ୨୧ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କମୁନି କରୋନା ଜନିତ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କ ମଧ୍ୟରେ ସର୍ବାଧିକ ଆକ୍ରାନ୍ତଙ୍କ ମୃତ୍ୟୁ ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ହୋଇଛି । ଏହି ଦୁଇ ଜିଲ୍ଲାରୁ ୩ଜଣ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ସେହିପରି କଟକ, ବାଲେଶ୍ୱର ଓ ସୁନ୍ଦରଗଡ଼ରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି । ଖୋର୍ଦ୍ଧା, ଜଗତସିଂହପୁର, ଢ଼େଙ୍କାନାଳ, ଗଞ୍ଜାମ ଓ ଭଦ୍ରକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦୁଝର, କେନ୍ଦ୍ରାପଡ଼ା, ପୁରୀ ଓ ନୂଆପଡ଼ାରୁ ମଧ୍ୟ ଜଣେ ଲେଖାଏଁ କରୋନାରେ ପ୍ରାଣ ହରାଇଛନ୍ତି । ତେବେ ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତ ମୋଟ୍‍ ମୃତ୍ୟୁସଂଖ୍ୟା ୮ ହଜାର ୭୭୫କୁ ବୃଦ୍ଧି ପାଇଛି ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories