www.samajalive.in
Tuesday, December 9, 2025
16.1 C
Bhubaneswar

ରାଜ୍ୟରେ ଆଉ ୨୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କମୁନି କରୋନା ଜନିତ ମୃତ୍ୟୁସଂଖ୍ୟା । ଧୀରେ ଧୀରେ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଆଉ ୨୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ ଆକ୍ରାନ୍ତ ରହିଥିବା ଜଣାପଡ଼ିଛି । ଏଥି ସହ ଖୋର୍ଦ୍ଧା, ଭଦ୍ରକ ଓ ଗଞ୍ଜାମରୁ ୨ଜଣ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ସେହିପରି ସମ୍ବଲପୁର, ବାଲେଶ୍ୱର ଓ କନ୍ଧମାଳରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନା ଜନିତ ମୋଟ୍‍ ମୃତ୍ୟୁସଂଖ୍ୟା ୮ହଜାର ୮୧୮କୁ ବୃଦ୍ଧି ପାଇଛି । ଅନ୍ୟପଟେ ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ୧୫ଶହ ତଳକୁ କରୋନା ମାମଲା ଚିହ୍ନଟ ହୋଇଥିବା ବେଳେ, ଆଜିର ମାମଲା ରହିଛି ୧ହଜାର ୪୮୦ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories