www.samajalive.in
Sunday, December 7, 2025
14.1 C
Bhubaneswar

ରାଜ୍ୟରେ ଆଉ ୧,୫୩୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧,୫୩୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୮୯୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୬୪୨ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୩୪୨ ପଜିଟିଭ୍ । ଖୋର୍ଦ୍ଧାରୁ ସର୍ବାଧିକ ୨୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୧୧୯, ବାଲେଶ୍ୱର ୪୦, ବରଗଡ ୨୩, ଭଦ୍ରକ ୨୫, ବଲାଙ୍ଗିର ୧୦, ବୌଦ୍ଧ ୨୭, କଟକ ୮୫, ଦେବଗଡ ୩୭, ଢେଙ୍କାନାଳ ୧୧, ଗଜପତିରୁ ୪୪ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୫୫, ଜଗତସିଂହପୁର ୩୫, ଯାଜପୁର ୫୦, ଝାରସୁଗୁଡା ୨୩, କଳାହାଣ୍ଡି ୩୫, କନ୍ଧମାଳ ୨୦, କେନ୍ଦ୍ରାପଡା ୩୮, କେନ୍ଦୁଝରରେ ୫୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥିସହିତ କୋରାପୁଟ ୭୨, ମାଲକାନଗିରି ୧, ମୟୂରଭଞ୍ଜ ୫୩, ନବରଙ୍ଗପୁର ୩୨, ନୟାଗଡ ୩୬, ନୂଆପଡା ୨୬, ପୁରୀ ୩୩, ରାୟଗଡା ୭୫, ସମ୍ବଲପୁର ୬୫, ସୋନପୁର ୧୭, ସୁନ୍ଦରଗଡ ୧୨୪ ଷ୍ଟେଟପୁଲରୁ ୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୨, ୪୮୩ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୫୩ ହଜାର ୯୧୪ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୭୬ ହଜାର ୧୧୪କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୩ ହଜାର ୨୮୫ ରହିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

Related Articles

Popular Categories