www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ ଆଉ ୮୫୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଏକ ହଜାର ତଳକୁ ଖସିଲା କରୋନା ଦୈନିକ ମାମଲା । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୮୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୫୦୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୩୫୬ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୧୭୨ ପଜିଟିଭ୍ । ଖୋର୍ଦ୍ଧାରୁ ସର୍ବାଧିକ ୨୨୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୪୫, ବାଲେଶ୍ୱର ୨୧, ବରଗଡ ୨୧, ଭଦ୍ରକ ୧୨, ବଲାଙ୍ଗିର ୯, ବୌଦ୍ଧ ୨୦, କଟକ ୬୫, ଦେବଗଡ ୯, ଢେଙ୍କାନାଳ ୯, ଗଜପତିରୁ ୩୯ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୧୮, ଜଗତସିଂହପୁର ୧୫, ଯାଜପୁର ୪୫, ଝାରସୁଗୁଡା ୨୪, କଳାହାଣ୍ଡି ୧୦, କନ୍ଧମାଳ ୮, କେନ୍ଦ୍ରାପଡା ୨୫, କେନ୍ଦୁଝରରେ ୧୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥିସହିତ କୋରାପୁଟ ୭୧, ମାଲକାନଗିରି ୧୨, ମୟୂରଭଞ୍ଜ ୩୪, ନବରଙ୍ଗପୁର ୧୧, ନୟାଗଡ ୧୯, ନୂଆପଡା ୧୩, ପୁରୀ ୧୬, ରାୟଗଡା ୨୯, ସମ୍ବଲପୁର ୩୫, ସୋନପୁର ୧୮, ସୁନ୍ଦରଗଡ ୬୨ ଷ୍ଟେଟପୁଲରୁ ୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୧୮୪୫ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୫୭ ହଜାର ୮୪୦ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୭୮ ହଜାର ୧୨୧କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୧ ହଜାର ୩୨୪ ରହିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories