www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ଆଉ ୮୮୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ବି ୧ ହଜାର ତଳେ ରହିଛି କରୋନା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୮୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୫୧୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୩୭୦ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୧୬୯ ପଜିଟିଭ୍ । ସମ୍ବଲପୁରରୁ ସର୍ବାଧିକ ୧୭୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୧୪, ବାଲେଶ୍ୱର ୩୬, ବରଗଡ ୧୦, ଭଦ୍ରକ ୧୧, ବଲାଙ୍ଗିର ୧୩, ବୌଦ୍ଧ ୫, କଟକ ୪୦, ଦେବଗଡ ୧୫, ଢେଙ୍କାନାଳ ୧୦, ଗଜପତିରୁ ୨୩ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୧୬, ଜଗତସିଂହପୁର ୧୪, ଯାଜପୁର ୩୨, ଝାରସୁଗୁଡା ୨୦, କଳାହାଣ୍ଡି ୧୨, କନ୍ଧମାଳ ୨୫, କେନ୍ଦ୍ରାପଡା ୧୮, କେନ୍ଦୁଝରରେ ୧୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥିସହିତ ଖୋର୍ଦ୍ଧାରୁ ୮୬, କୋରାପୁଟ ୬୬, ମାଲକାନଗିରି ୩, ମୟୂରଭଞ୍ଜ ୨୩, ନବରଙ୍ଗପୁର ୧୩, ନୟାଗଡ ୨୦, ନୂଆପଡା ୧୯, ପୁରୀ ୮, ରାୟଗଡା ୨୨, ସୋନପୁର ୨୫, ସୁନ୍ଦରଗଡ ୭୯ ଷ୍ଟେଟପୁଲରୁ ୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୧୬୩୯ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୬୩ ହଜାର ୧୦୬ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨, ୮୦, ୭୮୪କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ୮ ହଜାର ୬୬୪ ରହିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories