www.samajalive.in
Wednesday, December 10, 2025
18.1 C
Bhubaneswar

ରାଜ୍ୟରେ ଆଉ ୫୩୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୫୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୩୧୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୨୨୪ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୧୪୭ ପଜିଟିଭ୍ । ସୁନ୍ଦରଗଡ଼ରୁ ସର୍ବାଧିକ ୧୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୧୧, ବାଲେଶ୍ୱର ୧୫, ବରଗଡ ୮, ଭଦ୍ରକ ୬, ବଲାଙ୍ଗିର ୫, ବୌଦ୍ଧ ୮, କଟକ ୧୫, ଦେବଗଡ ୨, ଢେଙ୍କାନାଳ ୩, ଗଜପତିରୁ ୨୪ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୩, ଜଗତସିଂହପୁର ୫, ଯାଜପୁର ୨୬, ଝାରସୁଗୁଡା ୬, କଳାହାଣ୍ଡି ୧୩, କନ୍ଧମାଳ ୪, କେନ୍ଦ୍ରାପଡା ୫, କେନ୍ଦୁଝରରେ ୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥିସହିତ ଖୋର୍ଦ୍ଧା ୯୩ କୋରାପୁଟ ୧୭, ମାଲକାନଗିରି ୧, ମୟୂରଭଞ୍ଜ ୧୪, ନବରଙ୍ଗପୁର ୫, ନୟାଗଡ ୨୧, ନୂଆପଡା ୧୦, ପୁରୀ ୮, ରାୟଗଡା ୩୨, ସମ୍ବଲପୁର ୧୭, ସୋନପୁର ୧୦, ଷ୍ଟେଟପୁଲରୁ ୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୧୨୭୨ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୬୫ ହଜାର ୮୪୩ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୧,୯୮୯କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୯୯ ରହିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

Related Articles

Popular Categories