www.samajalive.in
Sunday, December 7, 2025
23.1 C
Bhubaneswar

ରାଜ୍ୟରେ ଆଉ ୪୨୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ରାଜ୍ୟର ୨୯ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି କରୋନା ସଂକ୍ରମଣ । ଗୋଟିଏ ଜିଲ୍ଲା ଅର୍ଥାତ ଭଦ୍ରକ ଜିଲ୍ଲାରୁ ଆଜି କୌଣସି କରୋନା ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୪୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୨୪୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୧୭୯ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୧୩୬ ପଜିଟିଭ୍ । ସୁନ୍ଦରଗଡ଼ରୁସର୍ବାଧିକ ୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୧୫, ବାଲେଶ୍ୱର ୫, ବରଗଡ ୫, ବଲାଙ୍ଗିର ୧, ବୌଦ୍ଧ ୧, କଟକ ୨୭, ଦେବଗଡ ୧୬, ଢେଙ୍କାନାଳ ୩, ଗଜପତିରୁ ୨୮ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୪, ଜଗତସିଂହପୁର ୪, ଯାଜପୁର ୧୬, ଝାରସୁଗୁଡା ୧୫, କଳାହାଣ୍ଡି ୩, କନ୍ଧମାଳ ୮, କେନ୍ଦ୍ରାପଡା ୩୫, କେନ୍ଦୁଝରରେ ୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥିସହିତ ଖୋର୍ଦ୍ଧା ୪୬ କୋରାପୁଟ ୧୯, ମାଲକାନଗିରି ୩, ମୟୂରଭଞ୍ଜ ୧୧, ନବରଙ୍ଗପୁର ୪, ନୟାଗଡ ୭, ନୂଆପଡା ୫, ପୁରୀ ୨, ରାୟଗଡା ୧୩, ସମ୍ବଲପୁର ୧୪,ସୋନପୁର ୪, ଷ୍ଟେଟପୁଲରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୧୦୯୫ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୬୯ ହଜାର ୨୫୩ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୩,୨୯୭ କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ୪ ହଜାର ୯୫୫ ରହିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories