www.samajalive.in
Wednesday, December 10, 2025
14.1 C
Bhubaneswar

ରାଜ୍ୟରେ ଆଉ ୩୪୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ରାଜ୍ୟର ୨୯ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି କରୋନା ସଂକ୍ରମଣ । ଗୋଟିଏ ଜିଲ୍ଲା ଅର୍ଥାତ ଦେବଗଡ ଜିଲ୍ଲାରୁ ଆଜି କୌଣସି କରୋନା ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୩୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୨୦୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୧୪୩ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୧୧୧ ପଜିଟିଭ୍ । ଯାଜପୁରରୁ ସର୍ବାଧିକ ୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୩୨, ବାଲେଶ୍ୱର ୬, ବରଗଡ ୮, ଭଦ୍ରକ ୬, ବଲାଙ୍ଗିର ୧, ବୌଦ୍ଧ ୩, କଟକ ୫, ଢ଼େଙ୍କାନାଳ ୩, ଗଜପତିରୁ ୨୭ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୧୭, ଜଗତସିଂହପୁର ୨, ଯାଜପୁର ୫୨, ଝାରସୁଗୁଡା ୧୭, କଳାହାଣ୍ଡି ୪, କନ୍ଧମାଳ ୨, କେନ୍ଦ୍ରାପଡା ୧୨, କେନ୍ଦୁଝରରେ ୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥିସହିତ ଖୋର୍ଦ୍ଧା ୨୫ କୋରାପୁଟ ୧, ମାଲକାନଗିରି ୧, ମୟୂରଭଞ୍ଜ ୧୬, ନବରଙ୍ଗପୁର ୫, ନୟାଗଡ ୨, ନୂଆପଡା ୭, ପୁରୀ ୪, ରାୟଗଡା ୮, ସମ୍ବଲପୁର ୨୯,ସୋନପୁର ୧, ସୁନ୍ଦରଗଡ଼ ୩୯ ଷ୍ଟେଟପୁଲରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୮୨୫ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୭୧ ହଜାର ୮୪୩ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୪, ୩୨୩କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ୩ ହଜାର ୩୭୫ ରହିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories