www.samajalive.in
Sunday, December 7, 2025
14.1 C
Bhubaneswar

ରାଜ୍ୟରେ ୩ଶହ ତଳକୁ ଖସିଲା କରୋନା ସଂକ୍ରମଣ, ୨ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଶୂନ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ରାଜ୍ୟର ୨୮ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି କରୋନା ସଂକ୍ରମଣ । ୨ଟି ଜିଲ୍ଲା ଅର୍ଥାତ କନ୍ଧମାଳ ଓ ମାଲକାନଗିରି ଜିଲ୍ଲାରୁ ଆଜି କୌଣସି କରୋନା ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୨୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂଗରୋଧରୁ ୧୭୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୧୨୨ ଜଣ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୮୬ ପଜିଟିଭ୍ । ଅନୁଗୁଳରୁ ସର୍ବାଧିକ ୩୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ୯, ବରଗଡ ୩, ଭଦ୍ରକ ୪, ବଲାଙ୍ଗିର ୩, ବୌଦ୍ଧ ୧, କଟକ ୩, ଦେବଗଡ଼ ୨, ଢ଼େଙ୍କାନାଳ ୧, ଗଜପତିରୁ ୨୫ଚିହ୍ନଟ ହୋଇଛନ୍ତି । ଗଞ୍ଜାମରେ ୨୦, ଜଗତସିଂହପୁର ୩, ଯାଜପୁର ୧୮, ଝାରସୁଗୁଡା ୧୩, କଳାହାଣ୍ଡି ୨, କେନ୍ଦ୍ରାପଡା ୧୧, କେନ୍ଦୁଝରରେ ୨୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥିସହିତ ଖୋର୍ଦ୍ଧା ୨୯ କୋରାପୁଟ ୧, ମୟୂରଭଞ୍ଜ ୧୨, ନବରଙ୍ଗପୁର ୪, ନୟାଗଡ ୨, ନୂଆପଡା ୪, ପୁରୀ ୧, ରାୟଗଡା ୧୪, ସମ୍ବଲପୁର ୨୫,ସୋନପୁର ୬, ସୁନ୍ଦରଗଡ଼ ୧୫ ଷ୍ଟେଟପୁଲରୁ ୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୫୮୫ ଆକ୍ରାନ୍ତ । ଆଜିର ସୁସ୍ଥତାକୁ ମିଶାଇ ରାଜ୍ୟରେ ଏଯାଏ ମୋଟ୍ ସୁସ୍ଥ ହେଲେଣି ୧୨ଲକ୍ଷ ୭୨ ହଜାର ୪୨୮ ଆକ୍ରାନ୍ତ । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ୧୨,୮୪, ୬୧୬କୁ ବୃଦ୍ଧି ପାଇଥିବା ବେଳେ, ସକ୍ରିୟ ଆକ୍ରାନ୍ତ ୩ ହଜାର ୭୯ ରହିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories