www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ କରୋନା ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି ।  ଗତ ୨୩, ୨୪ ଓ ୨୫ ତାରିଖରେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯ ରହିଥିଲା । ଗତକାଲି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୧୦କୁ ବୃଦ୍ଧି ପାଇଥିଲା । ହେଲେ ଆଜିର ରିପୋର୍ଟ ଅନୁଯାୟୀ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ଖସିଛି ।  ସେଥିମଧ୍ୟରୁ ସଙ୍ଗରୋଧରୁ ୪ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୩ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ୭ ଆକ୍ରାନ୍ତଙ୍କ ଭିତରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ଜଣେ ସଂକ୍ରମିତ ରହିଥିବା ସୂଚନା ଦିଆଯାଇଛି । ଆଜି ଏହି ସମସ୍ତ ଆକ୍ରାନ୍ତ ୬ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ଅର୍ଥାତ୍‌ ରାଜ୍ୟର ୨୪ ଜିଲ୍ଳା କରୋନା ମୁକ୍ତ ରହିଛି । ଖୋର୍ଦ୍ଧାରୁ ୨, କେନ୍ଦ୍ରାପଡ଼ା ଓ ସମ୍ବଲପୁରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଯାଜପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଳାରୁ ମଧ୍ୟ ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

- Advertisement -

ସେହିପରି ଗୋଟିଏ ଦିନରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୭ଜଣ ଆକ୍ରାନ୍ତ । ରାଜ୍ୟରେ ବର୍ତ୍ତମାନ କରୋନା ସକ୍ରିୟ ମାମଲା ୮୦ ରହିଛି  ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories