www.samajalive.in
Monday, December 8, 2025
24.1 C
Bhubaneswar

ରାଜ୍ୟରେ ଆଉ ୧୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨ ଦିନ ହେଲା ଦୈନିକ କରୋନା ସଂକ୍ରମିତ ସଂଖ୍ୟା ସ୍ଥିର ରହୁଛି । ଗତକାଲି ରାଜ୍ୟରେ ୧୧ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ମଧ୍ୟ ରାଜ୍ୟର ୭ ଜିଲ୍ଲାରୁ ୧୧ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସଙ୍ଗରୋଧରୁ ୬ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୫ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ୧୧ ଆକ୍ରାନ୍ତଙ୍କ ଭିତରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୪ଜଣ ସଂକ୍ରମିତ ରହିଥିବା ସୂଚନା ଦିଆଯାଇଛି । ଆଜି ଏହି ସମସ୍ତ ଆକ୍ରାନ୍ତ ୭ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ରାଜ୍ୟର ୨୩ ଜିଲ୍ଳା କରୋନା ମୁକ୍ତ ରହିଛି । ଖୋର୍ଦ୍ଧା, ସମ୍ବଲପୁର, କେନ୍ଦ୍ରାପଡ଼ା ଓ ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳ, ବଲାଙ୍ଗୀର ଓ ଯାଜପୁର ଜିଲ୍ଳାରୁ ମଧ୍ୟ ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ରହିଛି । ସେହିପରି ଗୋଟିଏ ଦିନରେ କରୋନାରୁ ସୁସ୍ଥ ହୋଇଛନ୍ତି ୭ଜଣ ଆକ୍ରାନ୍ତ । ରାଜ୍ୟରେ ବର୍ତ୍ତମାନ କରୋନା ସକ୍ରିୟ ମାମଲା ୮୭କୁ ବୃଦ୍ଧି ପାଇଛି  ।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories