www.samajalive.in
Monday, December 15, 2025
16.1 C
Bhubaneswar

ରାଜ୍ୟରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ସାମାନ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି ।  ଗତ ୨ ଦିନ ହେଲା ଦୈନିକ କରୋନା ସଂକ୍ରମିତ ସଂଖ୍ୟା ରାଜ୍ୟରେ ୧୧ ରହୁଥିବା ବେଳେ ଆଜିର ରିପୋର୍ଟରେ ସାରା ରାଜ୍ୟରୁ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୭ ସଂକ୍ରମିତ ୪ ଜିଲ୍ଲାରୁ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ । ସେଥିମଧ୍ୟରୁ ସଙ୍ଗରୋଧରୁ ୪ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୩ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ୭ ଆକ୍ରାନ୍ତଙ୍କ ଭିତରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ଜଣେ ସଂକ୍ରମିତ ରହିଥିବା ସୂଚନା ଦିଆଯାଇଛି । ରାଜ୍ୟର ୨୬ ଜିଲ୍ଳା କରୋନା ମୁକ୍ତ ରହିଛି । ଖୋର୍ଦ୍ଧାରୁ ୩ ଓ ସମ୍ବଲପୁରରୁ ୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ା ଓ ଷ୍ଟେଟ୍‌ପୁଲରୁ ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୪ଜଣ ଆକ୍ରାନ୍ତ । ରାଜ୍ୟରେ ବର୍ତ୍ତମାନ କରୋନା ସକ୍ରିୟ ମାମଲା ୯୦କୁ ବୃଦ୍ଧି ପାଇଛି  ।

Hot this week

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

Related Articles

Popular Categories