www.samajalive.in
Wednesday, December 10, 2025
16.1 C
Bhubaneswar

ରାଜ୍ୟରେ ଆଉ ୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସଙ୍ଗରୋଧରୁ ୧୧ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୭ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ୧୮ ଆକ୍ରାନ୍ତଙ୍କ ଭିତରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୪ ଜଣ ସଂକ୍ରମିତ ରହିଥିବା ସୂଚନା ଦିଆଯାଇଛି । ଆଜି ଏହି ସମସ୍ତ ଆକ୍ରାନ୍ତ ୭ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ରାଜ୍ୟର ୨୩ ଜିଲ୍ଳା କରୋନା ମୁକ୍ତ ରହିଛି । ଖୋର୍ଦ୍ଧାରୁ ସର୍ବାଧିକ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୂଆପଡ଼ାରୁ ୩ ବାଲେଶ୍ୱରରୁ ୨, ସମ୍ବଲପୁରରୁ ୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀର, କେନ୍ଦୁଝର, ସୋନପୁର ଓ ଷ୍ଟେଟପୁଲରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ କରୋନାରୁ ସୁସ୍ଥ ହୋଇଛନ୍ତି ୧୧ଜଣ ଆକ୍ରାନ୍ତ । ରାଜ୍ୟରେ ବର୍ତ୍ତମାନ କରୋନା ସକ୍ରିୟ ମାମଲା ୯୯ ରହିଛି  ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories