www.samajalive.in
Saturday, December 6, 2025
15.1 C
Bhubaneswar

ରାଜ୍ୟରେ ଆଉ ୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୫ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ୩ ଜଣ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ରହିଛନ୍ତି ୨ ସଂକ୍ରମିତ । ସୂଚନା ମୁତାବକ ଚିହ୍ନଟ ହୋଇଥିବା ସମସ୍ତ କରୋନା ଆକ୍ରାନ୍ତ ୫ ଜିଲ୍ଲାରୁ ରହିଛନ୍ତି ।  ଖୋର୍ଦ୍ଧାରୁ ସର୍ବାଧିକ ୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀର, କନ୍ଧମାଳ, ମୟୂରଭଞ୍ଜ, ନୂଆପଡ଼ା ଓ ଷ୍ଟେଟପୁଲରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ କରୋନାରୁ ସୁସ୍ଥ ହୋଇଛନ୍ତି ଆଉ ୭ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୧କୁ ବୃଦ୍ଧି ପାଇଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories