www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।  ସେଥିମଧ୍ୟରୁ ସଙ୍ଗରୋଧରୁ ୮ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୬ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ୧୪ ଆକ୍ରାନ୍ତଙ୍କ ଭିତରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୪ ଜଣ ସଂକ୍ରମିତ ରହିଥିବା ସୂଚନା ଦିଆଯାଇଛି । ଆଜି ଏହି ସମସ୍ତ ଆକ୍ରାନ୍ତ ୭ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ରାଜ୍ୟର ୨୩ ଜିଲ୍ଳା କରୋନା ମୁକ୍ତ ରହିଛି । ଖୋର୍ଦ୍ଧାରୁ ସର୍ବାଧିକ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କେନ୍ଦ୍ରାପଡ଼, ଗଜପତି ଓ ନୂଆପଡ଼ାରୁ ୨ଜଣ ଲେଖାଏଁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି କଟକ, ଯାଜପୁର ଓ ଷ୍ଟେଟପୁଲରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି । ସେହିପରି ଗୋଟିଏ ଦିନରେ କରୋନାରୁ ସୁସ୍ଥ ହୋଇଛନ୍ତି ୧୦ ଜଣ ଆକ୍ରାନ୍ତ । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ କରୋନା ସକ୍ରିୟ ମାମଲା ୧୩୫ ରହିଛି  ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories