www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ଆଜି ସୁସ୍ଥ ହେଲେ ୧୮୧୫ କରୋନା ଆକ୍ରାନ୍ତ, ମୋଟ ସୁସ୍ଥ ସଂଖ୍ୟା ୨ ଲକ୍ଷ ୭୭ ହଜାର ୫୬୪କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ଆଜି ରାଜ୍ୟରେ ଆଉ ୧ ହଜାର ୮୧୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାସହିତ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୭ ହଜାର ୫୬୪କୁ ବୃଦ୍ଧି ପାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି।

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ରାଜ୍ୟରେ ୧୮୧୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକ ୧୫୨, ଅନୁଗୁଳ ୧୪୮ ଜଣ ସୁସ୍ଥ ହୋଇଛନ୍ତି।

- Advertisement -

ସେହିପରି ସୁନ୍ଦରଗଡ଼ ୯୭, ପୁରୀ ୯୬, ମୟୂରଭଞ୍ଜ ୮୩, ବଲାଙ୍ଗୀର ୭୬, ଯାଜପୁର ୭୬, କେନ୍ଦୁଝର ୬୮, ଭଦ୍ରକ ୬୭, କେନ୍ଦ୍ରାପଡ଼ା ୬୨, ବରଗଡ଼ ୬୧, ଜଗତସିଂହପୁର ୬୦ ଓ କୋରାପୁଟ ୫୮, କୋରାପୁଟ ୪୯, କଳାହାଣ୍ଡି ୪୫, ବାଲେଶ୍ୱର ୪୨, ନବରଙ୍ଗପୁର ୩୯, ସମ୍ବଲପୁର ୩୯, ଝାରସୁଗୁଡ଼ା ୩୫, ମାଲକାନଗିରି ୩୪, ନୟାଗଡ଼ ୩୦, ବୌଦ୍ଧ ୨୩, ଗଞ୍ଜାମ ୨୩, ଢେଙ୍କାନାଳ ୨୧, କନ୍ଧମାଳ ୧୮, ଗଜପତି ୧୫, ସୁବର୍ଣ୍ଣପୁର ୧୫, ରାୟଗଡ଼ା ୧୨, ଦେବଗଡ଼ ୭ ଓ ରାଜ୍ୟପୁଲରୁ ୪୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଯାଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

Related Articles

Popular Categories