www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ ଆଉ ୨୭୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଲଗାତର କରୋନା ଦୈନିକ ସଂକ୍ରମଣ ମାମଲା ୩ଶହ ତଳେ ରହୁଛି । ଗତ କିଛି ଦିନ ହେଲା ସଂକ୍ରମଣ ହ୍ରାସ ପାଉଥିବା ଦେଖିବାକୁ ମିଳୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨୭୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଜନ୍ମରୁ ୧୮ ବର୍ଷ ମଧ୍ୟରେ ୪୫ଜଣ ସଂକ୍ରମିତ ଥିବା ସୂଚନା ଦିଆଯାଇଛି । ଆଜିର ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୬୨ ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୧୩ଜଣ ରହିଥିବା ସୂଚନା ଦେଇଛି ସୂଚନା ଓ ଲୋକ ସମ୍ପର୍କ ବିଭାଗ ।

ଆଜି ଚିହ୍ନଟ ହୋଇଥିବା ସମସ୍ତ ୨୭୫ ଆକ୍ରାନ୍ତ ରାଜ୍ୟର ୨୫ ଜିଲ୍ଲା ଓ ଷ୍ଟେଟପୁଲରୁ ଚିହ୍ନଟ ହୋଇଛନ୍ତି । ୫ଜିଲ୍ଲା କରୋନା ମୁକ୍ତ ରହିଛି । ଖୋର୍ଦ୍ଧାରୁ ସର୍ବାଧିକ ୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ବାଲେଶ୍ୱରରୁ ୧୨, ବରଗଡ଼ରୁ ୧୦, ଭଦ୍ରକରୁ ୩, ବଲାଙ୍ଗୀରରୁ ୯, ବୌଦ୍ଧରୁ ୨, କଟକରୁ ୨୯, ଦେବଗଡ଼ରୁ ୨, ଗଞ୍ଜାମରୁ ୩, ଜଗତସିଂହପୁରରୁ ୪ ଓ ଯାଜପୁରରୁ ୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

- Advertisement -

ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୭, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ୫, କୋରାପୁଟରୁ ୧, ମୟୂରଭଞ୍ଜରୁ ୭, ନବରଙ୍ଗପୁରରୁ ୧୩, ନୟାଗଡ଼ରୁ ୫, ନୂଆପଡ଼ାରୁ ୭, ପୁରୀରୁ ୮, ରାୟଗଡ଼ାରୁ ୩, ସମ୍ବଲପୁରରୁ ୧୦, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୪୨ ଓ ଷ୍ଟେଟପୁଲରୁ ୧୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୩୦୨ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୯୫୪ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories