www.samajalive.in
Sunday, December 7, 2025
14.1 C
Bhubaneswar

ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ୧୭ ପଜିଟିଭଙ୍କ ମଧ୍ୟରେ ୧୬ ଜଣ ସୁରତ ଫେରନ୍ତା

ଭୁବନେଶ୍ଵର : ଆଜି ସକାଳେ ରାଜ୍ୟରେ ୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ୧୭ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୬ଜଣ ସୁରତ ଫେରନ୍ତା । ସୁରତରୁ ଫେରିଥିବା ୧୬ଜଣ ଯାକ ପୁରୁଷ ବୋଲି ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ । ସେହି ସୂଚନା ଅନୁସାରେ ଆଜି ଚିହ୍ନଟ ହୋଇଥିବା ୧୭ ଜଣଙ୍କ ମଧ୍ୟରେ ଭିତରୁ ୧୬ଜଣ ସୁରତ ଫେରନ୍ତା ଥିବା ବେଳେ ଜଣେ ରାଉରକେଲାର କଣ୍ଟେନମେଣ୍ଟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ୧୭ ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲାର ୧୨ ଟି ମାମଲା ନଜରକୁ ଆସିଥିବା ବେଳେ ସୁନ୍ଦରଗଡ଼ ଓ ଭଦ୍ରକ ଜିଲାରୁ ଗୋଟିଏ ଏବଂ ମୟୂରଭଞ୍ଜରୁ ତିନିଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୨୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬୩ ଜଣ ସୁସ୍ଥ ହୋଇଥିବା ବେଳେ ଦୁଇ ଜଣ ମୃତ୍ୟୁ ବରଣ କରିଛନ୍ତି । ବର୍ତ୍ତମାନ ରାଜ୍ୟର ୨୧୯ଜଣ କରୋନା ଆକାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories