www.samajalive.in
Friday, December 12, 2025
19.1 C
Bhubaneswar

ରାଜ୍ୟରେ ହୁ ହୁ ବଢୁଛି ସଂକ୍ରମିତଙ୍କ ସଂଖ୍ୟା, ଆଜି ଆଉ ୧୮୩୩ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରୁ ଆଜି ଆଉ ୧୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧୮ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୭୧୫ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଶୁକ୍ରବାର ଚିହ୍ନଟ ୧୮୩୩ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨ ହଜାର ୫୫୦ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ୬ ଲକ୍ଷ ୧୬ ହଜାର ୬୬୪ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୪୨ ହଜାର ୫୫୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୨୬ ହଜାର ୮୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୪୭ ଜଣ ଆକ୍ରାନ୍ତଙ୍କର କରୋନାରେ ମୃତ୍ୟୁ  ହୋଇଛି ଏବଂ ୪୫ ଜଣ ଆକ୍ରାନ୍ତଙ୍କ ଅନ୍ୟରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫ ହଜାର ୩୭୦ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

- Advertisement -

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories