www.samajalive.in
Sunday, December 7, 2025
14.1 C
Bhubaneswar

ରାଜ୍ୟରେ କମୁଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ଦିନକରେ ୪୮୦ ଆକ୍ରାନ୍ତ ଚିହ୍ନଟ, ୬ ମୃତ

ଭୁବନେଶ୍ବର : ନଭେମ୍ବର ମାସରେ ଶୀତ ପଡିବ । କରୋନା ମହାମାରୀ ତାର ପ୍ରଭାବ ଅଧିକ ଦେଖାଇବ। ଏହାକୁ ନେଇ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ପୂର୍ବରୁ ଯେଉଁ ଆକଳନ କରୁଥିଲେ ତାହା ଭୁଲ ପ୍ରମାଣିତ ହୋଇଛି। ନଭେମ୍ବରରେ ରାଜ୍ୟରେ ସଂକ୍ରମଣ ଯେଉଁ ହାରରେ କମିଛି ସେଥିରୁ ଜଣାପଡୁଛି ଯେ କରୋନା ମହାମାରୀ ରାଜ୍ୟରେ ଏକ ପ୍ରକାର ଧରାଶୟୀ ହୋଇପଡିଛି। ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪୮୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୭୬ ଓ ସ୍ଥାନୀୟ ଅଞ୍ଚଳରୁ ୨୦୪ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୩୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୫୦କୁ ବୃଦ୍ଧି ପାଇଛି । ତେବେ ଆଜି ରାଜ୍ୟରୁ ମୃତ୍ୟୁ ବରଣ କରିଥିବା ୬ ଜଣଙ୍କ ମଧ୍ୟରୁ  ଗଞ୍ଜାମରୁ ସର୍ବାଧିକ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱର, ଭୁବନେଶ୍ୱର, ଝାରସୁଗୁଡା ଓ ମୟୁରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories