www.samajalive.in
Saturday, December 6, 2025
26.1 C
Bhubaneswar

କମୁଛି ସଂକ୍ରମଣ, ରାଜ୍ୟରେ ଆଉ ୧୬୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୧୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂଗରୋଧରୁ ୯୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ, ସ୍ଥାନୀୟ ସଂକ୍ରମିତ ୬୯ ଜଣ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୨୯ ପଜିଟିଭ୍ ରହିଥିବା ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଆଜି ରାଜ୍ୟର ୩୦ ଜିଲ୍ଲାରୁ ୨୪ ଜିଲ୍ଲାରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୬ ଜିଲ୍ଲାରେ କୌଣସି କରୋନା ମାମଲା ଆସିନାହିଁ। ତେବେ ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଆକ୍ରାନ୍ତ ସମ୍ବଲପୁରରୁ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ସମ୍ବଲପୁରରୁ ସର୍ବାଧିକ ୩୧ ଆକ୍ରାନ୍ତ ଚିହ୍ନଟ ହୋଇଛି। ସେହିପରି ଗଜପତିରୁ ୨୨, ଝାରସୁଗୁଡାରୁ ୧୬, ବାଲେଶ୍ୱର ଓ ସୁନ୍ଦରଗଡ଼ରୁ ୧୪ ଜଣ ଲେଖାଏଁ ଏବଂ କେନ୍ଦ୍ରାପଡ଼ାରୁ ୧୦ ଜଣ ଚିହ୍ନଟ ହୋଇଛନ୍ତି।

ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୧୨ ଲକ୍ଷ ୮୫ ହଜାର ୨୦୬କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ଗତକାଲି ୪୩୦ କରୋନା ସଂକ୍ରମିତ ସୁସ୍ଥ ହେବା ପରେ ରାଜ୍ୟରେ ଆରୋଗ୍ୟ ସଂଖ୍ୟା ୧୨ ଲକ୍ଷ ୭୩ ହଜାର ୭୩୪କୁ ବୃଦ୍ଧି ହୋଇଛି। ଏବେ ସକ୍ରିୟ ଚିକିତ୍ସାଧିନଙ୍କ ସଂଖ୍ୟା ୨୩୪୦କୁ ହ୍ରାସ ପାଇଥିବା ଜଣାପଡିଛି।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories