www.samajalive.in
Thursday, December 11, 2025
18.1 C
Bhubaneswar

ରାଜ୍ୟରେ ଆଜି ୭୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ୭୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୧୦୮କୁ ବୃଦ୍ଧି ପାଇଛି। ନୂଆ ଚିହ୍ନଟଙ୍କ ମଧ୍ୟରେ ସଙ୍ଗରୋଧରୁ ୪୨, ସ୍ଥାନୀୟ ଅଂଚଳରୁ ୩୦ ଓ ୧୮ ବର୍ଷ ବୟସ ମଧ୍ୟରେ ୧୫ ଜଣ ଅଛନ୍ତି।

ଏହି ଆକ୍ରାନ୍ତଂକ ମଧ୍ୟରେ ଗଂଜାମରୁ ସର୍ବାଧିକ ୧୭ ଜଣ ଥିବାବେଳେ ଖୋର୍ଦ୍ଧାରୁ ୯, ସୁନ୍ଦରଗଡ଼ ଓ ଗଜପତିରୁ ୭ ଜଣ ଲେଖାଏଁ, ବରଗଡ଼, ଯାଜପୁର ଓ କୋରାପୁଟରୁ ୪ ଜଣ ଲେଖାଏଁ, କେନ୍ଦ୍ରାପଡା, ସମ୍ବଲପୁର ଓ ମୟୁରଭଞ୍ଜରୁ ୩ ଜଣ ଲେଖାଏଁ, ନୟାଗଡ଼ ଓ କଟକରୁ ୨ ଜଣ ଲେଖାଏଁ ଏବଂ ବାଲେଶ୍ୱର, ବରଗଡ଼, ଭଦ୍ରକ, ବୌଦ୍ଧ ଓ କନ୍ଧମାଳରୁ ଜଣେ ଲେଖାଏଁ ରହିଥିବା ବେଳେ ଷ୍ଟେଟପୁଲରୁ ୨ ଜଣ ଅଛନ୍ତି। ଅନ୍ୟପକ୍ଷରେ ଆଉ ୧୧୮ ଜଣ ସୁସ୍ଥ ହେବାପରେ ମୋଟ ଆରୋଗ୍ୟ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୨୭୧କୁ ବୃଦ୍ଧି ପାଇଛି। ରାଜ୍ୟରେ ଏବେ ୬୬୮ ଜଣ ଆକ୍ରାନ୍ତ ସକ୍ରିୟ ଚିକିତ୍ସାଧୀନ ଥିବା ସୂଚନା ମିଳିଛି।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

Related Articles

Popular Categories