www.samajalive.in
Monday, December 8, 2025
24.1 C
Bhubaneswar

ଯାଜପୁରରୁ ପୁଣି ୫ ପଜିଟିଭ୍ ଚିହ୍ନଟ, ରାଜ୍ୟରେ ୧୫୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଯାଜପୁର : ରାଜ୍ୟରେ ପୁଣି ୫ ଜଣ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୫୪ ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରେ ୨ଜଣ ମହିଳା ଏବଂ ୩ଜଣ ପୁରୁଷ ଅଛନ୍ତି। ସମସ୍ତ ଆକ୍ରାନ୍ତ ଯାଜପୁର ଜିଲାର ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଚିହ୍ନଟ ହୋଇଥିବା ୫ ଜଣଙ୍କ ମଧ୍ୟରେ ଦୁଇ ଜଣ ମହିଳା ଓ ୩ ଜଣ ପୁରୁଷ ରହିଛନ୍ତି ।

ଏହି ୫ ଜଣଙ୍କ ମଧ୍ୟରୁ ଯେଉଁ ୩ ଜଣ ପୁରୁଷ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ସେମାନଙ୍କ ବୟସ ଯଥାକ୍ରମେ ୨୮,୫୬ ଓ ୬୩ ବର୍ଷ ହୋଇଥିବା ବେଳେ ଦୁଇ ମହିଳା ଆକ୍ରାନ୍ତଙ୍କ ବୟସ ୨୪ ବର୍ଷ ଓ ୬୦ ବର୍ଷ ବୋଲି ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ଟ୍ବିଟ ଯୋଗେ ସୂଚନା ଦେଇଛି । ଏହି ୫ ଜଣ ଯାକ ଆକ୍ରାନ୍ତ କୋଲକାତା ଫେରନ୍ତା ହୋଇଥିବା ବେଳେ ସେମାନଙ୍କ ପାଖରେ କୌଣସି ଲକ୍ଷଣ ଦେଖା ଯାଇନଥିଲା । ସେମାନେ ସମସ୍ତେ କ୍ବାରେଣ୍ଟାଇନରେ ଥିଲେ ବୋଲି ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି ।

- Advertisement -

ଆଜି ଚିହ୍ନଟ ହୋଇଥିବା ୫ ଜଣଙ୍କୁ ମିଶାଇ ଯାଜପୁର ଜିଲ୍ଲାରେ ଏପର୍ଯ୍ୟନ୍ତ ମୋଟ ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କେବଳ ଜଣେ ବ୍ୟକ୍ତି ସୁସ୍ଥ ହୋଇଛନ୍ତି । ଏବେ ୪୪ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଚାଲିଛି। ଗତକାଲି ଯାଜପୁର ଜିଲ୍ଲାରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories